Posted inଖେଳ

ବୋଲିଂ ରଣନୀତିକୁ ନେଇ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୯।୧: ଭାରତ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାରଠାରୁ କେପ୍‌ଟାଉନ୍‌ରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ। ଏହି ମ୍ୟାଚ୍‌ରେ ବୋଲିଂ କମ୍ବିନେଶନ ନେଇ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ଦ୍ୱନ୍ଦ୍ୱରେ ରହିଛି। ଯୁବ ଦ୍ରୁତ ବୋଲର ମହମ୍ମଦ ସିରାଜ ଆହତ ହୋଇଥିବାରୁ ତାଙ୍କ ସ୍ଥାନରେ କାହାକୁ ଖେଳାଯିବ ସେ ନେଇ ଦ୍ୱିଧା ସୃଷ୍ଟି ହୋଇଛି। ସିରାଜଙ୍କ ସ୍ଥାନରେ ଅଭିଜ୍ଞ ଈଶାନ୍ତ ଶର୍ମା ଓ ଉମେଶ ଯାଦବଙ୍କ ମଧ୍ୟରୁ ଜଣଙ୍କୁ ସୁଯୋଗ ମିଳିବ। ଈଶାନ୍ତଙ୍କ ପାଖରେ ପର୍ଯ୍ୟାପ୍ତ ଅଭିଜ୍ଞତା ରହିଛି। ଅନ୍ୟପଟେ ଉମେଶ କ୍ଲାସିକାଲ ଆଉଟ ସୁଇଙ୍ଗର ଘରୋଇ ବ୍ୟାଟ୍ସମ୍ୟାନଙ୍କୁ ସମସ୍ୟାରେ ପକାଇବ ବୋଲି ଆଶା କରାଯାଉଛି।

ଜୋହାନ୍ସବର୍ଗରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ସନ୍ଧ୍ୟାରେ ବୋଲିଂ କରିବା ଅବସରରେ ସିରାଜ ହାମଷ୍ଟ୍ରିଙ୍ଗ୍‌ ଷ୍ଟ୍ରେନ୍‌ର ଶିକାର ହୋଇଥିଲେ। ଦୁଇଟି ଇନିଂସରେ ସେ ମାତ୍ର ୧୫.୫ ଓଭର ବୋଲିଂ କରିବାକୁ ସକ୍ଷମ ହୋଇଥିଲେ। ତାଙ୍କ ଇଞ୍ଜୁରି ଭାରତ ରଣନୀତିକୁ ପ୍ରଭାବିତ କରିଥିଲା ବୋଲି କୋଚ ରାହୁଲ ଡ୍ରାଭିଡ୍‌ ସ୍ବୀକାର କରିଛନ୍ତି। ଫଳରେ ଭାରତ ୨୪୦ ରନକୁ ଡିଫେଣ୍ଡ କରିବାରେ ବିଫଳ ହୋଇଥିଲା। ଆଉ ୨ ଦିନ ମଧ୍ୟରେ ସିରାଜ ସମ୍ପୂର୍ଣ୍ଣ ଭାବେ ଫିଟ୍‌ ହେବେ ବୋଲି ଆଶା କରାଯାଉନାହିଁ। ତାଙ୍କୁ ଏବେ ବିଶ୍ରାମ ନେବାର ଆବଶ୍ୟକତା ରହିଛି। ଏଭଳି ସ୍ଥିତିରେ ଭାରତ ପାଖରେ ଈଶାନ୍ତ ଓ ଉମେଶ ଦୁଇଟି ବିକଳ୍ପ ରହିଛନ୍ତି। ୩୩ ବର୍ଷୀୟ ଈଶାନ୍ତ ଶ୍ରେଷ୍ଠ ଫର୍ମରେ ନ ଥିଲେ ମଧ୍ୟ ତାଙ୍କ ପାଖରେ ୧୦୦ ଟେଷ୍ଟ ଖେଳିବାର ଅଭିଜ୍ଞତା ରହିଛି। ଅନ୍ୟପଟେ ୩୪ ବର୍ଷୀୟ ଉମେଶଙ୍କ ନିକଟରେ ୫୧ଟି ଟେଷ୍ଟ ଖେଳିବାର ଅଭିଜ୍ଞତା ରହିଛି। ତେବେ ନିକଟ ଅତୀତରେ ସେ ଈଶାନ୍ତଙ୍କଠାରୁ ଭଲ ପ୍ରଦର୍ଶନ କରିଛନ୍ତି। ତାଙ୍କ ଗତିରେ ମଧ୍ୟରେ ସାମାନ୍ୟ ଅବନତି ହୋଇଛି। ତେବେ କୋଚ୍‌ ଡ୍ରାଭିଡ୍‌ ଓ ଅଧିନାୟକ କୋହଲି ଏକାଧିକ କାରଣ ପାଇଁ ଈଶାନ୍ତଙ୍କୁ ଖେଳିବାକୁ ଚାହିଁବେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri