Posted inଖେଳ

ବୋଲିଂ ରଣନୀତିକୁ ନେଇ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୯।୧: ଭାରତ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାରଠାରୁ କେପ୍‌ଟାଉନ୍‌ରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ। ଏହି ମ୍ୟାଚ୍‌ରେ ବୋଲିଂ କମ୍ବିନେଶନ ନେଇ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ଦ୍ୱନ୍ଦ୍ୱରେ ରହିଛି। ଯୁବ ଦ୍ରୁତ ବୋଲର ମହମ୍ମଦ ସିରାଜ ଆହତ ହୋଇଥିବାରୁ ତାଙ୍କ ସ୍ଥାନରେ କାହାକୁ ଖେଳାଯିବ ସେ ନେଇ ଦ୍ୱିଧା ସୃଷ୍ଟି ହୋଇଛି। ସିରାଜଙ୍କ ସ୍ଥାନରେ ଅଭିଜ୍ଞ ଈଶାନ୍ତ ଶର୍ମା ଓ ଉମେଶ ଯାଦବଙ୍କ ମଧ୍ୟରୁ ଜଣଙ୍କୁ ସୁଯୋଗ ମିଳିବ। ଈଶାନ୍ତଙ୍କ ପାଖରେ ପର୍ଯ୍ୟାପ୍ତ ଅଭିଜ୍ଞତା ରହିଛି। ଅନ୍ୟପଟେ ଉମେଶ କ୍ଲାସିକାଲ ଆଉଟ ସୁଇଙ୍ଗର ଘରୋଇ ବ୍ୟାଟ୍ସମ୍ୟାନଙ୍କୁ ସମସ୍ୟାରେ ପକାଇବ ବୋଲି ଆଶା କରାଯାଉଛି।

ଜୋହାନ୍ସବର୍ଗରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ସନ୍ଧ୍ୟାରେ ବୋଲିଂ କରିବା ଅବସରରେ ସିରାଜ ହାମଷ୍ଟ୍ରିଙ୍ଗ୍‌ ଷ୍ଟ୍ରେନ୍‌ର ଶିକାର ହୋଇଥିଲେ। ଦୁଇଟି ଇନିଂସରେ ସେ ମାତ୍ର ୧୫.୫ ଓଭର ବୋଲିଂ କରିବାକୁ ସକ୍ଷମ ହୋଇଥିଲେ। ତାଙ୍କ ଇଞ୍ଜୁରି ଭାରତ ରଣନୀତିକୁ ପ୍ରଭାବିତ କରିଥିଲା ବୋଲି କୋଚ ରାହୁଲ ଡ୍ରାଭିଡ୍‌ ସ୍ବୀକାର କରିଛନ୍ତି। ଫଳରେ ଭାରତ ୨୪୦ ରନକୁ ଡିଫେଣ୍ଡ କରିବାରେ ବିଫଳ ହୋଇଥିଲା। ଆଉ ୨ ଦିନ ମଧ୍ୟରେ ସିରାଜ ସମ୍ପୂର୍ଣ୍ଣ ଭାବେ ଫିଟ୍‌ ହେବେ ବୋଲି ଆଶା କରାଯାଉନାହିଁ। ତାଙ୍କୁ ଏବେ ବିଶ୍ରାମ ନେବାର ଆବଶ୍ୟକତା ରହିଛି। ଏଭଳି ସ୍ଥିତିରେ ଭାରତ ପାଖରେ ଈଶାନ୍ତ ଓ ଉମେଶ ଦୁଇଟି ବିକଳ୍ପ ରହିଛନ୍ତି। ୩୩ ବର୍ଷୀୟ ଈଶାନ୍ତ ଶ୍ରେଷ୍ଠ ଫର୍ମରେ ନ ଥିଲେ ମଧ୍ୟ ତାଙ୍କ ପାଖରେ ୧୦୦ ଟେଷ୍ଟ ଖେଳିବାର ଅଭିଜ୍ଞତା ରହିଛି। ଅନ୍ୟପଟେ ୩୪ ବର୍ଷୀୟ ଉମେଶଙ୍କ ନିକଟରେ ୫୧ଟି ଟେଷ୍ଟ ଖେଳିବାର ଅଭିଜ୍ଞତା ରହିଛି। ତେବେ ନିକଟ ଅତୀତରେ ସେ ଈଶାନ୍ତଙ୍କଠାରୁ ଭଲ ପ୍ରଦର୍ଶନ କରିଛନ୍ତି। ତାଙ୍କ ଗତିରେ ମଧ୍ୟରେ ସାମାନ୍ୟ ଅବନତି ହୋଇଛି। ତେବେ କୋଚ୍‌ ଡ୍ରାଭିଡ୍‌ ଓ ଅଧିନାୟକ କୋହଲି ଏକାଧିକ କାରଣ ପାଇଁ ଈଶାନ୍ତଙ୍କୁ ଖେଳିବାକୁ ଚାହିଁବେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫ ରନ୍‌ରେ ହାରିଲା ଚେନ୍ନାଇ, ପ୍ଲେ ଅଫ୍‌ ଦୌଡ଼ରେ ଗୁଜରାଟ…

ଅହମଦାବାଦ, ୧୦।୫: ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାଜିତ କରିଛି ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି...

କିଶନ, ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ୍‌ ଦେଇଛନ୍ତି ଅଗରକର; ଆଉ କେହି ଦାୟୀ ନୁହନ୍ତି…

ମୁମ୍ବାଇ, ୧୦ା୫: ଇଶାନ କିଶନ ଓ ଶ୍ରେୟାସ ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ସମ୍ପୂର୍ଣ୍ଣ ବାଦ୍‌ ଦେବା ନିଷ୍ପତ୍ତି ସିଲେକ୍ସନ କମିଟି ଚେୟାରମ୍ୟାନ ଅଜିତ ଅଗରକର ଏକାକୀ...

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ।...

ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…

ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କେଏଲ୍‌ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ...

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ...

ଆଇପିଏଲ୍‌ର ୧୦ ଟିମ୍‌ର ମାଲିକ କିଏ ଜାଣନ୍ତି

ଏବେ ଆଇପିଏଲ ଚାଲିଛି। ଏବେ ଏହି ମହାସମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ମାତ୍ର ୨ ସପ୍ତାହ ମଧ୍ୟରେ ଚଳିତବର୍ଷର ବିଜେତା କିଏ ଜଣାପଡିବ। ତେବେ...

ଏହି ସର୍ତ୍ତରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଣ୍ଟ୍ରାକ୍ଟ ଦେଇଛି ବିସିସିଆଇ, ଖୁଲାସା କଲେ ଜୟ ଶାହା

ମୁମ୍ବାଇ,୧୦।୫: ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କାହିଁକି ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପଦାନ କଲା, ଏହାର ଖୁଲାସା କରିଛନ୍ତି ଜୟ ଶାହା। ବୁଧବାର...

ଆଇପିଏଲ୍‌ରୁ ବିଦା ହେଲେ ଏହି ୨ ଦଳ: ପ୍ଲେ ଅଫ୍‌ ଆଶା ଜୀବନ୍ତ ରଖିଛି ଆରସିବି

ନୂଆଦିଲ୍ଲୀ,୧୦।୫: ଆଇପିଏଲ ୨୦୨୪ର ୫୮ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୬୦ ରନରେ ପରାସ୍ତ କରିଛି। ଏହି ପରାଜୟ ସହିତ ପଞ୍ଜାବ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri