କେପ ଭର୍ଡେରେ ମଝି ସମୁଦ୍ରରେ ଡଙ୍ଗା ବୁଡ଼ି: ୬୩ରୁ ଅଧିକ ମୃତ…

ପ୍ରାଲା,୧୭।୮ : ପଶ୍ଚିମ ଆଫ୍ରିକୀୟ ଦେଶ କେପ ଭର୍ଡେ ଉପକୂଳରୁ ସେନେଗାଲରୁ ପ୍ରବାସୀମାନଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ମଝି ସମୁଦ୍ରରେ ବୁଡ଼ିଯାଇଛି। ପରେ ୬୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଅନ୍ତର୍ଜାତୀୟ ମାଇଗ୍ରେଶନ ସଂଗଠନ (ଆଇଓଏମ) ବୁଧବାର ଏହି ସୂଚନା ଦେଇଛି। ଆଇଓଏମ ମୁଖପାତ୍ର ସଫା ମାସେହଲି ଗଣମାଧ୍ୟମକୁ କହିଛନ୍ତି ଏହି ଦୁର୍ଘଟଣାରେ ୬୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୮ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୪ ଛୋଟ ପିଲା ଅଛନ୍ତି ।

ପୋଲିସ କହିଛି କେପ ଭର୍ଡେ ଦ୍ୱୀପପୁଞ୍ଜଠାରୁ ପ୍ରାୟ ୧୫୦ ନ୍ୟୁଟିକାଲ ମାଇଲ (୨୭୭ କିଲୋମିଟର) ଦୂରରେ ଆଟଲାଣ୍ଟିକ ମହାସାଗରରେ ଡଙ୍ଗା ଦେଖିବାକୁ ମିଳିଛି। ଏକ ସ୍ପେନୀୟ ଜାହାଜ ଏହାକୁ ଦେଖି ଏହା ପରେ ଏହାର ସୂଚନା ଶେୟାର କରି କେପ ଭର୍ଡେନ କର୍ତ୍ତୃପକ୍ଷଙ୍କୁ ସତର୍କ କରାଇଥିଲା ।

କେପ ଭର୍ଡେ ଦ୍ୱୀପପୁଞ୍ଜ ସ୍ପେନ କାନାରି ଦ୍ୱୀପପୁଞ୍ଜର ପ୍ରାୟ ୬୦୦କିଲୋମିଟର (୩୫୦ ମାଇଲ) ଦୂରରେ ଅବସ୍ଥିତ, ୟୁରୋପୀୟ ୟୁନିଅନର ପ୍ରବେଶ ଦ୍ୱାର। ଆଇଓଏମ ମୁଖପାତ୍ର ମାସହେଲି କହିଛନ୍ତି ଜରୁରୀକାଳୀନ ସେବା ପକ୍ଷରୁ ସାତ ଜଣଙ୍କ ମୃତଦେହ ଉଦ୍ଧାର କରିଥିବାବେଳେ ୫୬ ଜଣ ନିଖୋଜ ଥିବା ତାଲିକାଭୁକ୍ତ ହୋଇଛି। ସେ କହିଛନ୍ତି ସାଧାରଣତଃ ଯେତେବେଳେ ଡଙ୍ଗା ଦୁର୍ଘଟଣା ପରେ ଲୋକମାନେ ନିଖୋଜ ହୋଇଥିବାର ଖବର ମିଳିଥାଏ, ସେତେବେଳେ ସେମାନେ ମୃତ ବୋଲି ଅନୁମାନ କରାଯାଏ।

ଉଦ୍ଧାର ହୋଇଥିବା ଲୋକଙ୍କ ସମ୍ପର୍କରେ ସେନେଗାଲର ବୈଦେଶିକ ମନ୍ତ୍ରଣାଳୟ କହିଛି ଡଙ୍ଗାଟି ଜୁଲାଇ ୧୦ରେ ୧୦୧ ପ୍ରବାସୀଙ୍କୁ ନେଇ ସେନେଗାଲର ଫାସେ ବୋଇ ଛାଡି ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri