Posted inଜାତୀୟ

ସିଏପିଏଫ ଯବାନଙ୍କ ଓପିଏସ ସ୍ବପ୍ନ ଭାଙ୍ଗିଲା…

ନୂଆଦିଲ୍ଲୀ,୯।୭ : ସେଣ୍ଟ୍ରାଲ ପାରାମିଲିଟାରୀ ଫୋର୍ସ(ସିଏପିଏଫ)ର ଲକ୍ଷ ଲକ୍ଷ ଯବାନଙ୍କ ପୁରୁଣା ପେନସନ ପାଇବା ସ୍ବପ୍ନ ଭାଙ୍ଗି ଯାଇଛି। ଚଳିତ ବର୍ଷ ଜାନୁୟାରୀ ୧୧ରେ, ଦିଲ୍ଲୀ ହାଇକୋର୍ଟ ଦେଇଥିବା ସିଏପିଏଫରେ ପୁରୁଣା ପେନସନ ବ୍ୟବସ୍ଥାର କାର୍ଯ୍ୟକାରିତା ସମ୍ପର୍କରେ ନିଷ୍ପତ୍ତି ନେଇ ସୁପ୍ରିମକୋର୍ଟଙ୍କ ଫେବୃଆରୀ ୨୦୨୪ ପର୍ଯ୍ୟନ୍ତ ସ୍ଥଗିତାଦେଶ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟ ତାଙ୍କ ରାୟରେ କହିଥିଲେ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ ହେଉଛି ’ୟୁନିଅନର ସଶସ୍ତ୍ର ବାହିନୀ’। କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସରେ ‘ଏନପିଏସ’ କରିବାକୁ କୋର୍ଟ କହିଥିଲେ। ସମସ୍ତ ସୈନିକ ଏବଂ ଅଧିକାରୀ ପୁରୁଣା ପେନସନ ଅଧୀନରେ ଆସିବେ।

ଦିଲ୍ଲୀ ହାଇକୋର୍ଟ, ଜାନୁଆରୀ ୧୧ ରେ ଦେଇଥିବା ରାୟରେ କହିଥିଲେ ଆଠ ସପ୍ତାହ ମଧ୍ୟରେ ଦିଏପିଏଫରେ ପୁରୁଣା ପେନସନ ଲାଗୁ କରାଯିବା ଉଚିତ। ଅଦାଲତର ସେହି ଅବଧି ହୋଲି ସମୟରେ ଶେଷ ହୋଇଥିଲା। ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟ ଯାଇନଥିଲେ, କିନ୍ତୁ କୋର୍ଟରୁ ୧୨ ସପ୍ତାହ ସମୟ ମାଗିଥିଲେ। ବିଶେଷ କଥା ହେଉଛି ହାଇକୋର୍ଟରେ କେନ୍ଦ୍ର ସରକାର ଦେଇଥିବା ଯୁକ୍ତିରେ ଏହା ୧୨ ସପ୍ତାହ ମଧ୍ୟରେ ’ଓପିଏସ’ ଲାଗୁ କରିବା କଥା ଉଲ୍ଲେଖ କରି ନାହାନ୍ତି। କେବଳ ଏହି ପ୍ରସଙ୍ଗରେ ବିଚାର ପାଇଁ ସମୟ ଲୋଡା ଯାଇଥିଲା। ଅର୍ଥାତ୍ ଏହି ସମୟ ମଧ୍ୟରେ କେନ୍ଦ୍ର ସରକାର ମଧ୍ୟ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟ ଯାଇପାରନ୍ତି କିମ୍ବା ଆଇନର ଆଭିମୁଖ୍ୟ ମଧ୍ୟରେ ଅନ୍ୟ କୌଣସି ମାର୍ଗ ନେଇପାରନ୍ତି। ହାଇକୋର୍ଟରେ ଆବେଦନ କରି କେନ୍ଦ୍ର ସରକାର ଏହି ସମସ୍ତ ଅଧିକାର ନିଜ ପାଖରେ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri