୭୮ ବର୍ଷରେ ରାଜଧାନୀ ଭୁବନେଶ୍ୱର: ବିକାଶଧାରାରେ ନୂଆ ସହର

ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍‌, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା କରାଯିବା ସହ ୧୯୪୮ ଏପ୍ରିଲ ୧୩ରେ ଏଥିପାଇଁ ଶିଳାନ୍ୟାସ କରାଗଲା। ୧୯୫୨ ଅକ୍ଟୋବର ପହିଲାରେ ବିଜ୍ଞାପିତ ଅଞ୍ଚଳ ପରିଷଦ, ୧୯୭୯ରେ ମ୍ୟୁନିସିପାଲିଟି ଓ ୧୯୯୪ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମାନ୍ୟତା ପାଇଲା। ଏହା ପୂର୍ବରୁ ଅର୍ଥାତ୍‌ ୧୯୮୩ ଏପ୍ରିଲ ୧ରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗଠନ ହେବା ପରେ ସହର ବିକାଶର ମୂଳଦୁଆ ପଡିଥିଲା। ଇତିମଧ୍ୟରେ ରାଜଧାନୀ ଭୁବନେଶ୍ୱର ୭୭ ବର୍ଷ ଅତିକ୍ରମ କରି ୭୮ ବର୍ଷରେ ପାଦ ଥାପିଥିବାବେଳେ ବିକାଶଧାରାର ନୂଆ କୀର୍ତ୍ତିମାନ ସ୍ଥାପନ କରିଛି। ଚାରିଦିଗରୁ ସହର ବଢ଼ିଚାଲିଛି। ଜନସଂଖ୍ୟା ମଧ୍ୟ ୧୩ ଲକ୍ଷ ଟପିଛି। ନୂଆ ନୂଆ ସହର ଗଢ଼ି ଉଠୁଥିବାବେଳେ ଶିକ୍ଷା, ସ୍ବାସ୍ଥ୍ୟ, ଖେଳ, ପର୍ଯ୍ୟଟନ, ଗମନାଗମନ, ଆତିଥେୟତା, ଷ୍ଟାର୍ଟଅପ୍‌ ଆଦି ବିଭିନ୍ନ କ୍ଷେତ୍ରରେ ଭୁବନେଶ୍ୱର ଆଗକୁ ବଢ଼ିଚାଲିଛି। ରାଜଧାନୀର ଏହି ଦୀର୍ଘ ସଫଳ ଯାତ୍ରାକୁ ନେଇ ସ୍ବତନ୍ତ୍ର ଉପସ୍ଥାପନା ।

ସ୍ବଚ୍ଛ ସର୍ବେକ୍ଷଣରେ ୩୪ତମ ର଼୍ୟାଙ୍କ୍‌, ରାଜ୍ୟରେ ପ୍ରଥମ

କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୩ ଘୋଷଣା କରାଯାଇଥିବାବେଳେ ୮୦ତମ ର଼୍ୟାଙ୍କ୍‌ରୁ ଭୁବନେଶ୍ୱରକୁ ୩୪ତମ ର଼୍ୟାଙ୍କ୍‌ ମିଳିଥିଲା। ଏଥିସହ ଓ୍ବାଟର ପ୍ଲସ୍‌ ଏବଂ ଗାର୍‌ବେଜ୍‌ ଫ୍ରି ବା ଆବର୍ଜନାମୁକ୍ତ ସହର ଭାବେ ୩ ଷ୍ଟାର ରେଟିଂ ମିଳିବା ସହ ରାଜ୍ୟରେ ପ୍ରଥମ ସହର ଭାବେ ସ୍ଥାନ ଅଧିକାର କରିଛି। ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ମୋଟ୍‌ ୯୫୦୦ ନମ୍ବର ମଧ୍ୟରୁ ଭୁବନେଶ୍ୱରକୁ ୭୩୧୪.୯୦ ନମ୍ବର ମିଳିଥିଲା। ଏଥିରୁ ୫୧% ଅର୍ଥାତ୍‌ ୪୮୩୦ ମାର୍କ ସର୍ଭିସ ଲେଭଲ ପ୍ରୋଗ୍ରେସ ବାବଦରେ ଥିବାବେଳେ ୨୬% ଅର୍ଥାତ୍‌ ୨୫୦୦ ମାର୍କ ସାର୍ଟିଫିକେଶନ୍‌ ଏବଂ ୨୩% ବା ୨୧୭୦ ମାର୍କ ସିଟିଜେନ୍‌ ଭଏସ୍‌ ବାବଦରେ ମିଳିଥିଲା।

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଭୁବନେଶ୍ୱର ବହୁ ସୁନାମ ଅର୍ଜନ କରିଛି। କ୍ୟାପିଟାଲ ହସ୍ପିଟାଲ ଓ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ଭଳି ମେଡିକାଲ କଲେଜ ରହିଛି। କ୍ୟାପିଟାଲ ହସ୍ପିଟାଲକୁ ‘ପୋଷ୍ଟ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ’ (ପିଜିଆଇଏମ୍‌ଇଆର୍‌) ଭାବେ ବିକଶିତ କରାଯାଇଥିବାବେଳେ ନିକଟରେ ପାନ୍‌କ୍ରିୟାସ୍‌ କ୍ୟାନ୍‌ସରର ବିରଳ ଲାପ୍ରୋସ୍କୋପି ଅସ୍ତ୍ରୋପଚାର କରି ବଡ଼ ସଫଳତା ହାସଲ କରିଛି। ବିଏମ୍‌ସି ଅଧୀନରେ ଥିବା ୨୨ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ୟୁପିଏଚ୍‌ସି) ଓ ୪ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ‘କାୟାକଳ୍ପ ପୁରସ୍କାର’ ମିଳିଛି। ସେହିଭଳି ବହୁ ଘରୋଇ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ବିଶ୍ୱସ୍ତରୀୟ ଚିକିତ୍ସା ସେବା ପ୍ରଦାନ କରୁଛନ୍ତି।

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ସହରର ସମ୍ପ୍ରସାରଣ ଏବଂ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ସମୁଦାୟ ୧୪୩ଟି ନୂତନ ରାଜସ୍ବ ଗ୍ରାମକୁ ବିଡିଏ ସହ ସାମିଲ କରିବା ନେଇ ଅନୁମୋଦନ ମିଳିଛି। ବିଡିଏ ବର୍ତ୍ତମାନ ବିଏମ୍‌ସି, ଖୋର୍ଦ୍ଧା ପୌର ପରିଷଦ, ଜଟଣୀ ପୌର ପରିଷଦ ଏବଂ ପିପିଲି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଆଦି ୪ଟି ସହରାଞ୍ଚଳ ସହ ନିକଟବର୍ତ୍ତୀ ଗ୍ରାମପଞ୍ଚାୟତ ଅଞ୍ଚଳଗୁଡିକୁ ତଦାରଖ କରୁଛି। ସହର ସମ୍ପ୍ରସାରଣ ଯୋଜନାବଦ୍ଧ ବିକାଶକୁ ପ୍ରୋତ୍ସାହନ କରିବା, ଭିତ୍ତିଭୂମିର ଉନ୍ନତି ତଥା ଦ୍ରୁତ ସହରୀକରଣରେ ବାଧକ ସାଜୁଥିବା ସମସ୍ୟାର ସମାଧାନ କରିବ। ୧୯୮୩ ମସିହାରେ ୧୧୬ଟି ରାଜସ୍ବ ଗ୍ରାମକୁ ନେଇ ବିଡିଏର ସହର ବିକାଶ ଆରମ୍ଭ ହୋଇଥିଲା। ତେବେ ନୂତନ ଗ୍ରାମଗୁଡିକ ମିଶିବା ପରେ ବିଡିଏ ଅଧିକୃତ କ୍ଷେତ୍ରରେ ଥିବା ମୋଟ୍‌ ଗ୍ରାମ ସଂଖ୍ୟା ୫୬୯ରୁ ବୃଦ୍ଧି ପାଇ ୭୧୨ରେ ପହଞ୍ଚତ୍ବ।

ବିମାନସେବା କ୍ଷେତ୍ରରେ ଭୁବନେଶ୍ୱର ଦିନକୁ ଦିନ ଅଗ୍ରଗତି କରି ଚାଲିଛି। ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ସହ ସିଙ୍ଗାପୁର, ବ୍ୟାଙ୍କକ୍‌କୁ ଅନ୍ତର୍ଜାତୀୟ ବିମାନ ଚଳାଚଳ କରୁଛି। ସେହିପରି ଏପ୍ରିଲ୍‌ ୧ରୁ ଭୁବନେଶ୍ୱରରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେଉଛି। ଏହାଦ୍ୱାରା ଭୁବନେଶ୍ୱର ସଂଯୋଗୀକରଣର ଏକ ବଡ଼ ହବ୍‌ ହେବା ସହିତ ପର୍ଯ୍ୟଟକ, ନିବେଶକ ତଥା ପ୍ରବାସୀଙ୍କ ପାଇଁ ନିରାପଦ ତଥା ସୁଲଭ ଯାତ୍ରାର ସୁଯୋଗ ସୃଷ୍ଟି କରୁଛି।

-ବନ୍ଦନା ସେଠୀ, ଭୁବନେଶ୍ୱର


Enter your email to get our daily news in your inbox.

All Right Reserved By Dharitri.Com

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri