୭୮ ବର୍ଷରେ ରାଜଧାନୀ ଭୁବନେଶ୍ୱର: ବିକାଶଧାରାରେ ନୂଆ ସହର

ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍‌, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା କରାଯିବା ସହ ୧୯୪୮ ଏପ୍ରିଲ ୧୩ରେ ଏଥିପାଇଁ ଶିଳାନ୍ୟାସ କରାଗଲା। ୧୯୫୨ ଅକ୍ଟୋବର ପହିଲାରେ ବିଜ୍ଞାପିତ ଅଞ୍ଚଳ ପରିଷଦ, ୧୯୭୯ରେ ମ୍ୟୁନିସିପାଲିଟି ଓ ୧୯୯୪ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମାନ୍ୟତା ପାଇଲା। ଏହା ପୂର୍ବରୁ ଅର୍ଥାତ୍‌ ୧୯୮୩ ଏପ୍ରିଲ ୧ରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗଠନ ହେବା ପରେ ସହର ବିକାଶର ମୂଳଦୁଆ ପଡିଥିଲା। ଇତିମଧ୍ୟରେ ରାଜଧାନୀ ଭୁବନେଶ୍ୱର ୭୭ ବର୍ଷ ଅତିକ୍ରମ କରି ୭୮ ବର୍ଷରେ ପାଦ ଥାପିଥିବାବେଳେ ବିକାଶଧାରାର ନୂଆ କୀର୍ତ୍ତିମାନ ସ୍ଥାପନ କରିଛି। ଚାରିଦିଗରୁ ସହର ବଢ଼ିଚାଲିଛି। ଜନସଂଖ୍ୟା ମଧ୍ୟ ୧୩ ଲକ୍ଷ ଟପିଛି। ନୂଆ ନୂଆ ସହର ଗଢ଼ି ଉଠୁଥିବାବେଳେ ଶିକ୍ଷା, ସ୍ବାସ୍ଥ୍ୟ, ଖେଳ, ପର୍ଯ୍ୟଟନ, ଗମନାଗମନ, ଆତିଥେୟତା, ଷ୍ଟାର୍ଟଅପ୍‌ ଆଦି ବିଭିନ୍ନ କ୍ଷେତ୍ରରେ ଭୁବନେଶ୍ୱର ଆଗକୁ ବଢ଼ିଚାଲିଛି। ରାଜଧାନୀର ଏହି ଦୀର୍ଘ ସଫଳ ଯାତ୍ରାକୁ ନେଇ ସ୍ବତନ୍ତ୍ର ଉପସ୍ଥାପନା ।

ସ୍ବଚ୍ଛ ସର୍ବେକ୍ଷଣରେ ୩୪ତମ ର଼୍ୟାଙ୍କ୍‌, ରାଜ୍ୟରେ ପ୍ରଥମ

କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୩ ଘୋଷଣା କରାଯାଇଥିବାବେଳେ ୮୦ତମ ର଼୍ୟାଙ୍କ୍‌ରୁ ଭୁବନେଶ୍ୱରକୁ ୩୪ତମ ର଼୍ୟାଙ୍କ୍‌ ମିଳିଥିଲା। ଏଥିସହ ଓ୍ବାଟର ପ୍ଲସ୍‌ ଏବଂ ଗାର୍‌ବେଜ୍‌ ଫ୍ରି ବା ଆବର୍ଜନାମୁକ୍ତ ସହର ଭାବେ ୩ ଷ୍ଟାର ରେଟିଂ ମିଳିବା ସହ ରାଜ୍ୟରେ ପ୍ରଥମ ସହର ଭାବେ ସ୍ଥାନ ଅଧିକାର କରିଛି। ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ମୋଟ୍‌ ୯୫୦୦ ନମ୍ବର ମଧ୍ୟରୁ ଭୁବନେଶ୍ୱରକୁ ୭୩୧୪.୯୦ ନମ୍ବର ମିଳିଥିଲା। ଏଥିରୁ ୫୧% ଅର୍ଥାତ୍‌ ୪୮୩୦ ମାର୍କ ସର୍ଭିସ ଲେଭଲ ପ୍ରୋଗ୍ରେସ ବାବଦରେ ଥିବାବେଳେ ୨୬% ଅର୍ଥାତ୍‌ ୨୫୦୦ ମାର୍କ ସାର୍ଟିଫିକେଶନ୍‌ ଏବଂ ୨୩% ବା ୨୧୭୦ ମାର୍କ ସିଟିଜେନ୍‌ ଭଏସ୍‌ ବାବଦରେ ମିଳିଥିଲା।

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଭୁବନେଶ୍ୱର ବହୁ ସୁନାମ ଅର୍ଜନ କରିଛି। କ୍ୟାପିଟାଲ ହସ୍ପିଟାଲ ଓ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ଭଳି ମେଡିକାଲ କଲେଜ ରହିଛି। କ୍ୟାପିଟାଲ ହସ୍ପିଟାଲକୁ ‘ପୋଷ୍ଟ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ’ (ପିଜିଆଇଏମ୍‌ଇଆର୍‌) ଭାବେ ବିକଶିତ କରାଯାଇଥିବାବେଳେ ନିକଟରେ ପାନ୍‌କ୍ରିୟାସ୍‌ କ୍ୟାନ୍‌ସରର ବିରଳ ଲାପ୍ରୋସ୍କୋପି ଅସ୍ତ୍ରୋପଚାର କରି ବଡ଼ ସଫଳତା ହାସଲ କରିଛି। ବିଏମ୍‌ସି ଅଧୀନରେ ଥିବା ୨୨ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ୟୁପିଏଚ୍‌ସି) ଓ ୪ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ‘କାୟାକଳ୍ପ ପୁରସ୍କାର’ ମିଳିଛି। ସେହିଭଳି ବହୁ ଘରୋଇ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ବିଶ୍ୱସ୍ତରୀୟ ଚିକିତ୍ସା ସେବା ପ୍ରଦାନ କରୁଛନ୍ତି।

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ସହରର ସମ୍ପ୍ରସାରଣ ଏବଂ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ସମୁଦାୟ ୧୪୩ଟି ନୂତନ ରାଜସ୍ବ ଗ୍ରାମକୁ ବିଡିଏ ସହ ସାମିଲ କରିବା ନେଇ ଅନୁମୋଦନ ମିଳିଛି। ବିଡିଏ ବର୍ତ୍ତମାନ ବିଏମ୍‌ସି, ଖୋର୍ଦ୍ଧା ପୌର ପରିଷଦ, ଜଟଣୀ ପୌର ପରିଷଦ ଏବଂ ପିପିଲି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଆଦି ୪ଟି ସହରାଞ୍ଚଳ ସହ ନିକଟବର୍ତ୍ତୀ ଗ୍ରାମପଞ୍ଚାୟତ ଅଞ୍ଚଳଗୁଡିକୁ ତଦାରଖ କରୁଛି। ସହର ସମ୍ପ୍ରସାରଣ ଯୋଜନାବଦ୍ଧ ବିକାଶକୁ ପ୍ରୋତ୍ସାହନ କରିବା, ଭିତ୍ତିଭୂମିର ଉନ୍ନତି ତଥା ଦ୍ରୁତ ସହରୀକରଣରେ ବାଧକ ସାଜୁଥିବା ସମସ୍ୟାର ସମାଧାନ କରିବ। ୧୯୮୩ ମସିହାରେ ୧୧୬ଟି ରାଜସ୍ବ ଗ୍ରାମକୁ ନେଇ ବିଡିଏର ସହର ବିକାଶ ଆରମ୍ଭ ହୋଇଥିଲା। ତେବେ ନୂତନ ଗ୍ରାମଗୁଡିକ ମିଶିବା ପରେ ବିଡିଏ ଅଧିକୃତ କ୍ଷେତ୍ରରେ ଥିବା ମୋଟ୍‌ ଗ୍ରାମ ସଂଖ୍ୟା ୫୬୯ରୁ ବୃଦ୍ଧି ପାଇ ୭୧୨ରେ ପହଞ୍ଚତ୍ବ।

ବିମାନସେବା କ୍ଷେତ୍ରରେ ଭୁବନେଶ୍ୱର ଦିନକୁ ଦିନ ଅଗ୍ରଗତି କରି ଚାଲିଛି। ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ସହ ସିଙ୍ଗାପୁର, ବ୍ୟାଙ୍କକ୍‌କୁ ଅନ୍ତର୍ଜାତୀୟ ବିମାନ ଚଳାଚଳ କରୁଛି। ସେହିପରି ଏପ୍ରିଲ୍‌ ୧ରୁ ଭୁବନେଶ୍ୱରରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେଉଛି। ଏହାଦ୍ୱାରା ଭୁବନେଶ୍ୱର ସଂଯୋଗୀକରଣର ଏକ ବଡ଼ ହବ୍‌ ହେବା ସହିତ ପର୍ଯ୍ୟଟକ, ନିବେଶକ ତଥା ପ୍ରବାସୀଙ୍କ ପାଇଁ ନିରାପଦ ତଥା ସୁଲଭ ଯାତ୍ରାର ସୁଯୋଗ ସୃଷ୍ଟି କରୁଛି।

-ବନ୍ଦନା ସେଠୀ, ଭୁବନେଶ୍ୱର


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?