କ୍ୟାପିଟାଲ ହସ୍ପିଟାଲରେ ହେବ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ

କଟକ ଅଫିସ,୨୮ା୨:ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ ପ୍ରତିଷ୍ଠା ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ରାଜ୍ୟରେ କର୍କଟ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ ପ୍ରସଙ୍ଗରେ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲା ସୋମବାର ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍‌. ମୁରଲୀଧର ଓ ଜଷ୍ଟିସ ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଶୁଣାଣି କରିଥିଲେ। ଶୁଣାଣିବେଳେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦାଖଲ ସତ୍ୟପାଠରେ ଏବେ ବାଲେଶ୍ୱର ଓ ବ୍ରହ୍ମପୁରରେ ପେଟ୍‌ ସିଟି ସ୍କାନ ସମ୍ଭବ ନୁହେଁ ବୋଲି ଦର୍ଶାଯାଇଛି। ପେଟ୍‌ ସିଟି ସ୍କାନ ଚିକିତ୍ସା ପାଇଁ ସାଇକ୍ଲୋଟ୍ରନ ଆବଶ୍ୟକ ହୋଇଥାଏ। ଏହି ସାଇକ୍ଲୋଟ୍ରନ ସାଧାରଣତଃ ମୁମ୍ବାଇ, ଦିଲ୍ଲୀ, ହାଇଦ୍ରାବାଦ ଓ କୋଲକତାରୁ ଆସିଥାଏ। ଏଥିସହ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ କର୍କଟ ରୋଗୀଙ୍କ ଚିକିତ୍ସା ଏହାଦ୍ୱାରା କରାଯାଇଥାଏ। ହେଲେ ନିକଟରେ ଏୟାରପୋର୍ଟ ନ ଥିବାରୁ ସାଇକ୍ଲୋଟ୍ରନ ଅଣାଯିବାରେ ସମସ୍ୟା ରହିଛି। ସେ ଦୃଷ୍ଟିରୁ ବାଲେଶ୍ୱର ଓ ବ୍ରହ୍ମପୁରରେ ଏବେ ଏହି ଚିକିତ୍ସା ସମ୍ଭବ ନୁହେଁ ବୋଲି ସତ୍ୟପାଠରେ କାରଣ ଦର୍ଶାଯାଇଛି। ତେଣୁ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩ ତାରିଖକୁ ଧାର୍ଯ୍ୟ ହୋଇଛି। ଆବେଦନକାରୀ ଅନିତା ବୁଦ୍ଧିଆଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଗୌତମ କୁମାର ଆଚାର୍ଯ୍ୟ ଓ ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆ ଏବଂ ଆଚାର୍ଯ୍ୟ ହରିହର ପିଜି କର୍କଟ ରୋଗ ପ୍ରତିଷ୍ଠାନର ନିର୍ଦ୍ଦେଶକଙ୍କ ତରଫରୁ ଆଇନଜୀବୀ ଦେବାଶିଷ ପଣ୍ଡା ମାମଲା ପରିଚାଳନା କରୁଛନ୍ତି। ଆବେଦନକାରୀ ଅନିତା ବୁଦ୍ଧିଆ କର୍କଟ ରୋଗୀଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଓ ପରୀକ୍ଷା ବ୍ୟବସ୍ଥାକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ସେହିପରି ସ୍ବେଚ୍ଛାସେବୀ ଅନୁଷ୍ଠାନ ମୈତ୍ରୀ ସଂସଦ ପକ୍ଷରୁ କର୍କଟ କେନ୍ଦ୍ରର ବ୍ୟାପକ ଅବ୍ୟବସ୍ଥାକୁ ନେଇ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri