Posted inଜାତୀୟ

ଭୂକମ୍ପ ଜୋନ୍‌ରେ ରାଜଧାନୀ: ୨ ବର୍ଷରେ ୬୪ ଥର ଥରିଛି

ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀ ଭୂକମ୍ପ ଜୋନ୍‌ରେ ରହିଛି। ଏଠାରେ ଗତ ୨ ବର୍ଷ ମଧ୍ୟରେ ୬୪ ଥର ଭୂକମ୍ପ ହୋଇଛି। ସେଥିମଧ୍ୟରୁ ୫୬ଥର ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪ରୁ ୪.୯ ମଧ୍ୟରେ ରହିଛି। ୮ଥର ୫ରୁ ଅଧିକ ତୀବ୍ରତା ଯୁକ୍ତ ଭୂକମ୍ପ ଘଟିଛି। ଏହାକୁ ନେଇ ଭୂବିଜ୍ଞାନୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏନେଇ ଓ୍ବାଡ଼ିଆ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହିମାଲୟନ ଜିଓଲୋଜିର ଗବେଷକ ଅଧ୍ୟୟନ ଆରମ୍ଭ କରିଛନ୍ତି। ଲଗାତାର କାହିଁକି ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂକମ୍ପ ହେଉଛି ତାହାର କାରଣ ଖୋଜା ଚାଲିଛି। ଗବେଷକମାନେ ମ୍ୟାଗ୍ନେଟୋଟେଲୋରିକ୍‌ ଏବଂ ରିକ୍ଟର ସ୍କେଲ ଆଦି ଉପକରଣ ଦ୍ୱାରା ଅନୁଧ୍ୟାନ କରୁଥିବା ଓ୍ବାଡ଼ିଆ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହିମାଲୟନ ଜିଓଲୋଜିର ନିର୍ଦ୍ଦେଶକ ଡ. କଳାଚନ୍ଦ ସାଇ ସୂଚନା ଦେଇଛନ୍ତି। ଏହି ଅଞ୍ଚଳରେ ୭ରୁ ୧୦ ତୀବ୍ରତାଯୁକ୍ତ ଭୂକମ୍ପ ହେବାର ଆଶଙ୍କା କମ୍‌ ରହିଛି। କିନ୍ତୁ ଯଦି ଭବିଷ୍ୟତରେ ଏଠାରେ ୬ ତୀବ୍ରତା ଯୁକ୍ତ ଭୂକମ୍ପ ଘଟେ ତେବେ ବହୁ କ୍ଷୟକ୍ଷତି ହେବ ବୋଲି ସେ କହିଛନ୍ତି। ଭୂକମ୍ପ କେବେ ହେବ ତାହା ଆକଳନ କରିବା କଷ୍ଟକର। ତେଣୁ ଏନେଇ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ସମେତ ସାଧାରଣ ଲୋକମଧ୍ୟ ସଚେତନ ହେବାର ଆବଶ୍ୟକତା ରହିଛି। ଭୂକମ୍ପ ନିରୋଧୀ କୋଠା ନିର୍ମାଣ କରାଯିବାର ଆବଶ୍ୟକତା ରହିଥିବା ସେ କହିଛନ୍ତି। ଏହାଦ୍ୱାରା କ୍ଷୟକ୍ଷତି ଆଶଙ୍କା କମ୍‌ ରହିବ। ରାଜଧାନୀ ଦିଲ୍ଲୀର ଆଖାପାଖ ଅଞ୍ଚଳରେ ଭୂଗର୍ଭରେ ଶକ୍ତିସ୍ତରରେ ପରିବର୍ତ୍ତନ ଯୋଗୁ ଚାପରେ ଅଦଳବଦଳ ହେଉଛି। ଏହାଯୋଗୁ ଲଗାତାର ଭୂକମ୍ପ ହେଉଥିବା ଅନୁମାନ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri