Posted inଜାତୀୟ

ଅମରାବତୀକୁ ରାଜଧାନୀ କରିବା ପ୍ରସଙ୍ଗ: ସୁପ୍ରିମ୍‌କୋର୍ଟରେ ଆନ୍ଧ୍ରପ୍ରଦେଶ ସରକାର…

ନୂଆଦିଲ୍ଲୀ, ୧୭।୯ : ଅମରାବତୀକୁ ରାଜଧାନୀ କରିବା ପ୍ରସଙ୍ଗରେ ଆନ୍ଧ୍ରପ୍ରଦେଶ ସରକାର ସୁପ୍ରିମ୍‌କୋର୍ଟରେ ପହଞ୍ଚିଛନ୍ତି। ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଅମରାବତୀକୁ ରାଜ୍ୟର ଏକମାତ୍ର ରାଜଧାନୀ କରିବା ସପକ୍ଷରେ ରାୟ ପ୍ରଦାନ କରିଥିଲେ। ଏହାକୁ ନେଇ ରାଜ୍ୟ ସରକାର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆଇନଜୀବୀ ମେହଫୁଜ୍‌ ନାଜକୀଙ୍କ ପକ୍ଷରୁ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରାଯାଇ ଶୀର୍ଷକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି।
ପିଟିଶନରେ ଉଲ୍ଲେଖ କରାଯାଇଛି ଯେ, ସାମ୍ବିଧାନିକ ବ୍ୟବସ୍ଥାର ଫେଡ଼େରାଲ କାର୍ଯ୍ୟକାରିତା କ୍ଷେତ୍ରରେ ରାଜ୍ୟ ସରକାର କେଉଁଠାରେ ରାଜଧାନୀ କରିବେ ତାହା ତାଙ୍କର ଅଧିକାର ପରିସରଭୁକ୍ତ। ରାଜ୍ୟ ସରକାରଙ୍କୁ ଏଭଳି କରିବାକୁ ରୋକିବା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ। ହାଇକୋର୍ଟଙ୍କ ରାୟ ରାଜ୍ୟ ସରକାରଙ୍କ ସ୍ବାଧୀନ ନିଷ୍ପତ୍ତି ନେବା କ୍ଷେତ୍ରରେ ବାଧା ସୃଷ୍ଟି କରୁଛି।

ଆନ୍ଧ୍ରପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ପ୍ରଶାନ୍ତ କୁମାର ମିଶ୍ର, ବିଚାରପତି ଏମ୍‌ ସତ୍ୟନାରାୟଣ ମୁର୍ତ୍ତୀ, ଡି.ଭି.ଏସ୍‌.ଏସ୍‌. ସୋମେୟାଜୁଲୁଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ୩ ରାଜଧାନୀ ନୀତିକୁ ବିରୋଧ କରିଥିଲେ। ରାଜ୍ୟ ସରକାର ଅମରାବତୀ,ବିଶାଖାପଟ୍ଟନମ୍‌ ଏବଂ କୁରୁନଲରେ ରାଜଧାନୀ ପ୍ରତିଷ୍ଠା ଲାଗି ନିଷ୍ପତ୍ତି ଗ୍ରହଣ କରିଥିଲେ। ଅମରାବତୀରେ ରାଜଧାନୀ ପ୍ରତିଷ୍ଠା ଲାଗି ୩୩ ହଜାର ପରିବାର ସେମାନଙ୍କର ଜମି ପ୍ରଦାନ କରିଛନ୍ତି। ଏପରିସ୍ଥଳେ ସେସବୁ ପରିବାରର ଜୀବନଜୀବିକା ବାଧାପ୍ରାପ୍ତ ହୋଇଥିବାବେଳେ ସେମାନେ ରାଜ୍ୟ ସରକାରଙ୍କ ୩ ରାଜଧାନୀ ନୀତିକୁ ବିରୋଧ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri