Posted inଜାତୀୟ

କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଧନ୍ୟବାଦ ଜଣାଇଲେ ଶାହ

ନୂଆଦିଲ୍ଲୀ,୨୨ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ତାଙ୍କର ୫୭ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ବହୁ ରାଜନେତା ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମଧ୍ୟ ପ୍ରଦେଶ, ହରିୟାଣା, ଉତ୍ତର ପ୍ରଦେଶ, ଦିଲ୍ଲୀ, ବିହାର ଓ ଛତିଶଗଡ ଆଦିର ମୁଖ୍ୟମନ୍ତ୍ରୀମାନେ ଶାହାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ କରି ଶାହାଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମଜଭୁତ କରିବାକୁ ଶାହାଙ୍କ ଅବଦାନର ପ୍ରଶଂସା କରିଛନ୍ତି । ଏହାସହ ମୋଦି ଶାହାଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କିଛନ୍ତି ।
କିନ୍ତୁ ଏସବୁ ଭିତରେ ଚର୍ଚ୍ଚାକୁ ଆସିଛି ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ଜନ୍ମଦିନ ଶୁଭେଚ୍ଛା । ଅମରିନ୍ଦର ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ପରେ ଶାହା ତୁରନ୍ତ ଏହାର ଉତ୍ତରରେ କ୍ୟାପଟେନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଅସଲ କଥା ହେଲା ଅମରିନ୍ଦର ସିଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଏବେ ସେ ତାଙ୍କର ନୂଆ ଦଳ ଗଠନ କରିବେ ବୋଲି ଘୋଷଣା କରିଛନ୍ତି । ଆଉ ୨୦୨୨ରେ ହେବାକୁ ଥିବା ପଞ୍ଜାବ ବିଧାନସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟି(ଭାଜପା) ସହ ମେଣ୍ଟ କରିପାରନ୍ତି ବୋଲି ଆଲୋଚନା ହେଉଛି । ତେଣୁ ଅମରିନ୍ଦର ଏବେଠାରୁ ଶାହାଙ୍କ ସମେତ ଭାଜପାର ବଡ ବଡ ନେତାଙ୍କୁ ସାକ୍ଷାତ୍ କରୁଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri