Posted inଜାତୀୟ

ଭାଜପାରେ ସାମିଲ ହେବା ପରେ କ୍ୟାପଟେନ୍‌ଙ୍କୁ ମିଳିପାରେ ଏହି ପଦ

ନୂଆଦିଲ୍ଲୀ,୧୯।୯: ପଞ୍ଜାବ ଲୋକ କଂଗ୍ରେସ ମୁଖ୍ୟ ତଥା ପୂର୍ବତନ ମୁଖମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସୋମବାର ଭାଜପାରେ ସାମିଲ ହୋଇଛନ୍ତି। ଏଥିସହ ତାଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ(ପିଏଲ୍‌ସି) ମଧ୍ୟ ଭାଜପା ସହ ବିଲୟ ହୋଇଛି। କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଏବଂ କିରଣ ରିଜିଜୁଙ୍କ ଉପସ୍ଥିତିରେ ସେ ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବର୍ତ୍ତମାନ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, କ୍ୟାପଟେନ୍‌ ଅମରିନ୍ଦରଙ୍କୁ ଦଳରେ ରାଷ୍ଟ୍ରୀୟ ଉପରାଷ୍ଟ୍ରପତି କିମ୍ବା କୌଣସି ରାଜ୍ୟର ରାଜ୍ୟପାଳ କରାଯାଇପାରେ। ଏନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଅନ୍ୟପଟେ ଭାଜପାରେ ଯୋଗଦେବା ପରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏଥିସହ ସେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ କାର୍ଯ୍ୟକାଳ ମଧ୍ୟରେ ଆମର ସେନା ଶକ୍ତିଶାଳୀ ହୋଇ ନ ଥିଲା। ଯେତେବେଳେ ଏକେ ଆଣ୍ଟୋନି ପ୍ରତିରକ୍ଷା ମନ୍ତ୍ରୀ ଥିଲେ, ସେତେବେଳେ ପ୍ରତିରକ୍ଷା କାରବାର ହୋଇ ନ ଥିଲା ବୋଲି ଅମରିନ୍ଦର ସିଂହ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?