Posted inଜାତୀୟ

ଭାଜପାରେ ସାମିଲ ହେବା ପରେ କ୍ୟାପଟେନ୍‌ଙ୍କୁ ମିଳିପାରେ ଏହି ପଦ

ନୂଆଦିଲ୍ଲୀ,୧୯।୯: ପଞ୍ଜାବ ଲୋକ କଂଗ୍ରେସ ମୁଖ୍ୟ ତଥା ପୂର୍ବତନ ମୁଖମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସୋମବାର ଭାଜପାରେ ସାମିଲ ହୋଇଛନ୍ତି। ଏଥିସହ ତାଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ(ପିଏଲ୍‌ସି) ମଧ୍ୟ ଭାଜପା ସହ ବିଲୟ ହୋଇଛି। କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଏବଂ କିରଣ ରିଜିଜୁଙ୍କ ଉପସ୍ଥିତିରେ ସେ ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବର୍ତ୍ତମାନ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, କ୍ୟାପଟେନ୍‌ ଅମରିନ୍ଦରଙ୍କୁ ଦଳରେ ରାଷ୍ଟ୍ରୀୟ ଉପରାଷ୍ଟ୍ରପତି କିମ୍ବା କୌଣସି ରାଜ୍ୟର ରାଜ୍ୟପାଳ କରାଯାଇପାରେ। ଏନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଅନ୍ୟପଟେ ଭାଜପାରେ ଯୋଗଦେବା ପରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏଥିସହ ସେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ କାର୍ଯ୍ୟକାଳ ମଧ୍ୟରେ ଆମର ସେନା ଶକ୍ତିଶାଳୀ ହୋଇ ନ ଥିଲା। ଯେତେବେଳେ ଏକେ ଆଣ୍ଟୋନି ପ୍ରତିରକ୍ଷା ମନ୍ତ୍ରୀ ଥିଲେ, ସେତେବେଳେ ପ୍ରତିରକ୍ଷା କାରବାର ହୋଇ ନ ଥିଲା ବୋଲି ଅମରିନ୍ଦର ସିଂହ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri