Posted inଜାତୀୟ

ଭାଜପା ସହ ମିଶି କାମ କରିବାକୁ ଉତ୍ସୁକ ଅଛନ୍ତି କ୍ୟାପଟେନ

ଚଣ୍ଡିଗଡ଼,୧୯ ।୧୧: ଦେଶର କୃଷକଙ୍କ ପାଇଁ ଶୁକ୍ରବାର ଏକ ଶୁଭ ଦିନ ବୋଲି କୁହାଯାଉଛି । କେନ୍ଦ୍ର ସରକାର ଆଣିଥିବା ୩ ନୂଆ କୃଷି ନିୟମକୁ ଫେରାଇ ନେବା କଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି । ଏବେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ । କିଛି ରାଜ୍ୟରେ ଆଗାମୀ ଦିନରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ମୋଦି ଏହି ଘୋଷଣା କରିଥିବା କୁହାଯାଉଛି । ବିଶେଷ କରି ପଞ୍ଜାବ ରାଜନୀତିରେ ପୁଣିଥରେ ସରଗରମ ଦେଖାଦେଇଛି । ଏପଟେ କୃଷି ଆଇନ ଫେରାଇ ନିଆଯିବା ଘୋଷଣା ହେବା ପରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏହାକୁ ପ୍ରଶଂସା କରିଛନ୍ତି । ଏବେ ସେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ନେଇ ଖୁସି ହେବା ସହ ଭାରତୀୟ ଜନତା ପାର୍ଟି(ଭାଜପା) ସହ କାମ କରିବାକୁ ଉତ୍ସୁକ ଥିବା କହିଛନ୍ତି । ଏଥିରୁ ସ୍ପଷ୍ଟ ହୋଇଛି କି ପଞ୍ଜାବରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ କ୍ୟାପଟେନ ଭାଜପା ସହ ମିଶି ନିର୍ବାଚନ ଲଢିବେ । ଏହା ଫଳରେ ପଞ୍ଜାବରେ ନୂଆ ମେଣ୍ଟ ହେବାର ବାଟ ସଫା ହୋଇଯାଇଛି । କ୍ୟାପଟେନ ଟୁଇଟ୍ କରି କହିଛନ୍ତି କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଯୋଗୁ କେବଳ ଯେ କୃଷକଙ୍କୁ ଆଶ୍ୱସ୍ତି ମିଳିଛି ତା’ନୁହେଁ ବରଂ ପଞ୍ଜାବରେ ପ୍ରଗତିର ମାର୍ଗ ପ୍ରଶସ୍ତ ହୋଇଯାଇଛି । ମୁଁ କୃଷକଙ୍କ ବିକାଶ ପାଇଁ ଭାଜପା ସହ ମିଶି କାମ କରିବାକୁ ଉତ୍ସୁକ ଅଛି । ମୁଁ ପଞ୍ଜାବ ଲୋକଙ୍କ ସହ କଥା ହୋଇଛି କି ମୁଁ ସେପର୍ଯ୍ୟନ୍ତ ଶାନ୍ତିରେ ବସି ପାରିବି ନାହିଁ ଯେପର୍ଯ୍ୟନ୍ତ ମୁଁ ସମସ୍ତଙ୍କ ଆଖିର ଲୁହ ପୋଛି ନ ପାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri