Posted inଜାତୀୟ

ଭାଜପା ସହ ମିଶି କାମ କରିବାକୁ ଉତ୍ସୁକ ଅଛନ୍ତି କ୍ୟାପଟେନ

ଚଣ୍ଡିଗଡ଼,୧୯ ।୧୧: ଦେଶର କୃଷକଙ୍କ ପାଇଁ ଶୁକ୍ରବାର ଏକ ଶୁଭ ଦିନ ବୋଲି କୁହାଯାଉଛି । କେନ୍ଦ୍ର ସରକାର ଆଣିଥିବା ୩ ନୂଆ କୃଷି ନିୟମକୁ ଫେରାଇ ନେବା କଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି । ଏବେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ । କିଛି ରାଜ୍ୟରେ ଆଗାମୀ ଦିନରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ମୋଦି ଏହି ଘୋଷଣା କରିଥିବା କୁହାଯାଉଛି । ବିଶେଷ କରି ପଞ୍ଜାବ ରାଜନୀତିରେ ପୁଣିଥରେ ସରଗରମ ଦେଖାଦେଇଛି । ଏପଟେ କୃଷି ଆଇନ ଫେରାଇ ନିଆଯିବା ଘୋଷଣା ହେବା ପରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏହାକୁ ପ୍ରଶଂସା କରିଛନ୍ତି । ଏବେ ସେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ନେଇ ଖୁସି ହେବା ସହ ଭାରତୀୟ ଜନତା ପାର୍ଟି(ଭାଜପା) ସହ କାମ କରିବାକୁ ଉତ୍ସୁକ ଥିବା କହିଛନ୍ତି । ଏଥିରୁ ସ୍ପଷ୍ଟ ହୋଇଛି କି ପଞ୍ଜାବରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ କ୍ୟାପଟେନ ଭାଜପା ସହ ମିଶି ନିର୍ବାଚନ ଲଢିବେ । ଏହା ଫଳରେ ପଞ୍ଜାବରେ ନୂଆ ମେଣ୍ଟ ହେବାର ବାଟ ସଫା ହୋଇଯାଇଛି । କ୍ୟାପଟେନ ଟୁଇଟ୍ କରି କହିଛନ୍ତି କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଯୋଗୁ କେବଳ ଯେ କୃଷକଙ୍କୁ ଆଶ୍ୱସ୍ତି ମିଳିଛି ତା’ନୁହେଁ ବରଂ ପଞ୍ଜାବରେ ପ୍ରଗତିର ମାର୍ଗ ପ୍ରଶସ୍ତ ହୋଇଯାଇଛି । ମୁଁ କୃଷକଙ୍କ ବିକାଶ ପାଇଁ ଭାଜପା ସହ ମିଶି କାମ କରିବାକୁ ଉତ୍ସୁକ ଅଛି । ମୁଁ ପଞ୍ଜାବ ଲୋକଙ୍କ ସହ କଥା ହୋଇଛି କି ମୁଁ ସେପର୍ଯ୍ୟନ୍ତ ଶାନ୍ତିରେ ବସି ପାରିବି ନାହିଁ ଯେପର୍ଯ୍ୟନ୍ତ ମୁଁ ସମସ୍ତଙ୍କ ଆଖିର ଲୁହ ପୋଛି ନ ପାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri