Posted inଜାତୀୟ

ପାକିସ୍ତାନକୁ ଖୋଲା ଚେତାବନୀ ଦେଲେ ଅମରିନ୍ଦର

ଅମୃତସର,୧୫।୮: ସାରା ଦେଶରେ ୭୫ତମ ସ୍ବାଧୀନତା ଦିବସ ଧୂମଧାମରେ ପାଳନ କରାଯାଉଛି। ଏହି ଅବସରରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଅମୃତସରରେ ତ୍ରିରଙ୍ଗା ଉତ୍ତୋଳନ କରି ଦେଶର ଶହୀଦମାନଙ୍କୁ ଅଭିବାଦନ ଜଣାଇଛନ୍ତି। ଏହାସହ ସେ ପାକିସ୍ତାନକୁ ଖୋଲା ଚେତାବନୀ ମଧ୍ୟ ଦେଇଛନ୍ତି। କ୍ୟାପଟେନ କହିଛନ୍ତି ଯେ, ଆମ ଦେଶରେ କୌଣସି ପ୍ରକାର ଆକ୍ରୋଶ କିମ୍ବା ଆକ୍ରମଣକୁ ଆମେ ବରଦାସ୍ତ କରିବୁ ନାହିଁ। ଯଦି ସେମାନେ ସାହସୀ ହେବାକୁ ଚେଷ୍ଟା କରନ୍ତି, ତେବେ ଆମେ ସେମାନଙ୍କୁ (ପାକିସ୍ତାନ) ଜୀବନର ଉଚିତ ଶିକ୍ଷା ଦେବୁ। ଅମୃତସରର ଶ୍ରୀ ଗୁରୁ ନାନକ ଦେବ ଜୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିବା ପରେ ତାଙ୍କ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଞ୍ଜାବର କଂଗ୍ରେସ ସରକାର ରାଜ୍ୟରୁ ଗ୍ୟାଙ୍ଗଷ୍ଟର ଏବଂ ଆତଙ୍କବାଦୀ ମଡ୍ୟୁଲକୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦେଇଛନ୍ତି। ପଞ୍ଜାବରେ କଂଗ୍ରେସ କ୍ଷମତାକୁ ଆସିବା ପରଠାରୁ ୩୫୬୫ ଗ୍ୟାଙ୍ଗଷ୍ଟର ଜେଲରେ ଅଛନ୍ତି। ବିଦେଶୀ ମାଟିରେ ବସିଥିବା ଗ୍ୟାଙ୍ଗଷ୍ଟରକୁ ଭାରତକୁ ଆଣିବା ପାଇଁ ପ୍ରସ୍ତୁତି ଚାଲିଛି। ପାକିସ୍ତାନ ସୀମାରେ ନିର୍ମିତ ୪୭ଟି ଆତଙ୍କବାଦୀ ମଡ୍ୟୁଲ ମଧ୍ୟ ନିଷ୍କ୍ରିୟ କରାଯାଇଛି ଏବଂ ଏହି ସମୟରେ ୨୯୨ ଆତଙ୍କବାଦୀଙ୍କୁ ଜେଲରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?