Posted inଜାତୀୟ

ପଞ୍ଜାବ କଂଗ୍ରେସ କଳହରେ ଲାଗିବ ବ୍ରେକ୍‌!

ଚଣ୍ଡିଗଡ଼,୨୨ ।୭: ପଞ୍ଜାବ ପ୍ରଦେଶ କଂଗ୍ରେସର ନବନିଯୁକ୍ତ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିବାକୁ ଯାଉଛନ୍ତି । ମିଳିଥିବା ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଉପସ୍ଥିତ ରହିବେ । ପଞ୍ଜାବର ଏଆଇସିସି ପ୍ରଭାରୀ ହରିଶ ରାୱତ କହିଛନ୍ତି ଶୁକ୍ରବାର ସମସ୍ତ କଂଗ୍ରେସ ନେତା ଅମରିନ୍ଦର ସିଂଙ୍କ ନେତୃତ୍ୱରେ ସିଦ୍ଧୁଙ୍କୁ ସ୍ୱାଗତ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତା ସୂଚନା ଦେଇଛନ୍ତି କି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ରାଜ୍ୟର ସମସ୍ତ କଂଗ୍ରେସ ବିଧାୟକ, ଏମ୍‌ପି ଓ ଦଳର ବରିଷ୍ଠ ପଦାଧିକାରୀଙ୍କୁ ସକାଳ ୧୦ଟାରେ ଚା’ ପାଇଁ ନିମନ୍ତ୍ରଣ କରିଛନ୍ତି । ଏହାପରେ ସମସ୍ତେ ନୂଆ ପିପିସିସି ଟିମର ସ୍ଥାପନା ପାଇଁ ପଞ୍ଜାବ କଂଗ୍ରେସ ଭବନ ଯିବାର କାର୍ଯ୍ୟକ୍ରମ ରହିଛି । ଆହୁରି ମଧ୍ୟ ସୂଚନା ମିଳିଛି କି ସିଦ୍ଧୁ ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କୁ ପାଖାପାଖି ୬୦ ବିଧାୟକଙ୍କ ଦସ୍ତଖତ ଥିବା ନିମନ୍ତ୍ରଣ ପତ୍ର ପଠାଇଛନ୍ତି ଏହାସହ ଅଲଗା ପତ୍ର ବି ଲେଖିଛନ୍ତି । ସେ କହିଛନ୍ତି ଏଥିରେ ମୋର କିଛି ନିଜର ସ୍ୱାର୍ଥ ନାହିଁ, ଏହା ଜନହିତର ଏଜେଣ୍ଡା ତେଣୁ ଘରର ସବୁଠାରୁ ବରିଷ୍ଠ ସଦସ୍ୟ ଭାବେ ଆପଣ ନିଶ୍ଚିତ ଆସିବେ । ସୂଚନାଯୋଗ୍ୟ, ସିନ୍ଧୁ ଓ ଅମରି୍‌ନ୍ଦରଙ୍କ ମଧ୍ୟରେ ଲାଗି ରହିଥିବା ତୁତୁମେମେ ଭିତରେ ଦଳର ହାଇ କମାଣ୍ଡ କିଛିଦିନ ପରେ ସିଦ୍ଧୁଙ୍କୁ ପ୍ରଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ପଦ ଦେଇଛନ୍ତି । ଯାହାକୁ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସହଜରେ ଗ୍ରହଣ କରିପାରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri