Posted inଜାତୀୟ

ଭାଜପା ସହ ମିଶି ନିର୍ବାଚନ ଲଢିବେ କ୍ୟାପଟେନ

ଚଣ୍ଡିଗଡ଼,୬ ।୧୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଆସନ୍ତା ବିଧାନସଭା ନିର୍ବାଚନକୁ ନେଇ ସୋମବାର ବଡ ଘୋଷଣା କରିଛନ୍ତି । ତାଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ ଆଗମୀ ବିଧାନସଭା ନିର୍ବାଚନ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଅକାଳିଦଳକୁ ବିରୋଧ କରୁଥିବା ଢିଡସା ପାର୍ଟି ସହ ମିଶି ନିର୍ବାଚନ ଲଢିବ । ଚଣ୍ଡିଗଡରେ ଏକ ଖବରଦାତା ସମ୍ମିଳନୀରେ କ୍ୟାପଟେନ ସୋମବାର ଏହା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ, ନିକଟରେ ଅସନ୍ତୁଷ୍ଟ ହୋଇ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ କଂଗ୍ରେସ ଦଳରୁ ବି ଇସ୍ତଫା ଦେଇଥିଲେ କ୍ୟାପଟେନ ଅମରିନ୍ଦର ସିଂ । ଏହାସହ ସେ ତାଙ୍କର ନୂଆ ଦଳ ଗଠନ କରି ଆଗାମୀ ବିଧାନସଭା ନିର୍ବାଚନ ଲଢିବା କଥା ବି ଘୋଷଣା କରିଥିଲେ । ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କ୍ୟାପଟେନଙ୍କ ମିଶ୍ରଣକୁ ନେଇ ଆଗରୁ ସୂଚନା ଦେଇଥିବା ବେଳେ ଏବେ କ୍ୟାପଟେନ ନିଜେ ଏହାର ସୂଚନା ଦେଇଛନ୍ତି । ହେଲେ ସୁଖଦେବ ସିଂ ଢିଡୱା ଏପର୍ଯ୍ୟନ୍ତ ଏହାକୁ ନେଇ ମୁହଁ ଖୋଲି ନାହାନ୍ତି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେଉଁ କ୍ୟାପଟେନ ୨୫ ବର୍ଷ ହେବ ଭାଜପା ଉପରେ ବର୍ଷୁଥିଲେ ଏବେ ସେ ସେହି ଭାଜପା ସହ ମିଶି ନିର୍ବାଚନ ଲଢିବାକୁ ଯାଉଛନ୍ତି । ଯଦିଓ ଦଳୀୟ ସ୍ତରରେ ଏହା ଘୋଷଣା କରାଯାଇ ନାହିଁ ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ କ୍ୟାପଟେନ କଥା ହୋଇଥିବା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri