Posted inଜାତୀୟ

ରାଜନୀତି ଛାଡିବେ ଅମରିନ୍ଦର ସିଂ!

ନୂଆଦିଲ୍ଲୀ,୨୭ ।୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସ ପାର୍ଟିର ମୁଖ୍ୟ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ନେଇ ବଡ ଖବର ସାମ୍ନାକୁ ଆସିଛି । କ୍ୟାପଟେନ ଅମରିନ୍ଦର ସିଂ ଖୁବଶୀଘ୍ର ଏକ ବଡ ଭୂମିକାରେ ନଜର ଆସିପାରନ୍ତି । କେବଳ ସେତିକି ନୁହେଁ ସେ ସକ୍ରିୟ ରାଜନୀତିରୁ ବି ସନ୍ୟାସ ନେଇ ପାରନ୍ତି । ଶୁଣିବାକୁ ଟିକେ ଅଡୁଆ ଲାଗୁଥିଲେ ବି ଏବେ କ୍ୟାପଟେନଙ୍କ ଯାତ୍ରାରେ କିଛି ପରିବର୍ତ୍ତନ ହୋଇପାରେ ବୋଲି କୁହାଯାଉଛି । ତେବେ ଭାରତୀୟ ଜନତା ପାର୍ଟି ସହ ହାତ ମିଳାଇବା ପରେ ତାଙ୍କୁ ନେଇ ଏମିତି କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଥିଲା କି ଭାଜପା ଆଗାମୀ ଦିନରେ ତାଙ୍କୁ କୌଣସି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇପାରେ । ତେବେ ମହାରାଷ୍ଟ୍ରରେ ରାଜ୍ୟପାଳଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ କ୍ୟାପଟେନଙ୍କୁ ଏହି ବଡ ଭୂମିକା ଦିଆଯାଇପାରେ ବୋଲି କୁହାଯାଉଛି ।

କେନ୍ଦ୍ର ସରକାର କ୍ୟାପଟେନଙ୍କୁ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କ ସ୍ଥାନରେ ରାଜ୍ୟର ରାଜ୍ୟପାଳ କରିପାରନ୍ତି । ସୂଚନାଯୋଗ୍ୟ, ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ୨ ବର୍ଷ ପୂର୍ବରୁ ଅର୍ଥାତ୍ ୨୦୨୧ରେ ନିର୍ବାଚନ ଠିକ୍ ପୂର୍ବରୁ କଂଗ୍ରେସ ଛାଡି ଦେଇଥିଲେ । ନବଜୋତ ସିଂ ସିଦ୍ଧୁଙ୍କୁ ନେଇ ଲାଗି ରହିଥିବା ବିବାଦ ଓ ହାଇ କମାଣ୍ଡଙ୍କ ମତିଗତିକୁ ଦେଖି ସେ ତାଙ୍କ ପୁରୁଣା କଂଗ୍ରେସ ଦଳ ଛାଡି ଦେବାକୁ ନିଷ୍ପତ୍ତି ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri