Posted inଖେଳ

ଗାଭାସ୍କରଙ୍କ ରେକର୍ଡ ଭାଙ୍ଗିଲେ ଅଧିନାୟକ ଗିଲ୍‌

ଲଣ୍ଡନ,୩୧ା୭: ଜବରଦସ୍ତ ଫର୍ମରେ ଥିବା ଶୁବମନ ଗିଲ୍‌ ଗୁରୁବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟେଷ୍ଟରେ ଭାରତୀୟ ଅଧିନାୟକ ଭାବେ ଏକ ଟେଷ୍ଟ ସିରିଜ୍‌ରେ ସର୍ବାଧିକ ରନ କରିବାର ରେକର୍ଡର ଅଧିକାରୀ ହୋଇଛନ୍ତି।

ଦି ଓଭାଲଠାରେ ଖେଳାଯାଉଥିବା ପଞ୍ଚମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ସେ ମାତ୍ର ୨୧ ରନ କରିବାକୁ ସକ୍ଷମ ହୋଇଥିଲେ। ଏଥିଯୋଗୁ ଚଳିତ ସିରିଜ୍‌ର ୯ଟି ଇନିଂସରେ ତାଙ୍କ ରନ୍‌ ସଂଖ୍ୟା ୭୪୩ରେ ପହଞ୍ଚିଛି। ପୂର୍ବରୁ ଏହି ରେକର୍ଡ କିମ୍ବଦନ୍ତୀ ଭାରତୀୟ ବ୍ୟାଟର ସୁନୀଲ ଗାଭାସ୍କରଙ୍କ ନାମରେ ଥିଲା। ସେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୧୯୭୮/୭୯ ସିରିଜ୍‌ରେ ୭୩୨ ରନ କରିଥିଲେ। ତେବେ ଅଧିନାୟକ ଭାବେ ଗୋଟିଏ ଟେଷ୍ଟ ସିରିଜ୍‌ରେ ସର୍ବାଧିକ ରନ କରିବାର ରେକର୍ଡ ଅଷ୍ଟ୍ରେଲିଆର ଡନ ବ୍ରାଡମ୍ୟାନଙ୍କ ନାମରେ ରହିଛି।

ବ୍ରାଡମ୍ୟାନ ୧୯୭୬/୭୭ରେ ଏକ ଟେଷ୍ଟ ସିରିଜ୍‌ରେ ୮୧୦ ରନ କରିଥିଲେ। ଏହି ତାଲିକାରେ ଇଂଲଣ୍ଡର ଗ୍ରାହାମ ଗୁଚ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେ ୧୯୯୦ରେ ୭୫୨ ରନ କରିଥିଲେ। ଚଳିତ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ଆଉ ଏକ ଇନିଂସ ବାକି ଥିବାରୁ ଗିଲ୍‌ଙ୍କ ନିକଟରେ ଗୁଚ୍‌ଙ୍କୁ ଅତିକ୍ରମ କରିବାର ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?