Posted inଖେଳ

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି।

ଦଳର ଜର୍ସିରେ ପରିବର୍ତ୍ତନ କରାଯିବାର ଏହା ପ୍ରଥମ ଘଟଣା ନୁହେଁ। ଏଥିପୂର୍ବରୁ ୨୦୧୩-୧୪ରେ ଆମେ ହଳଦିଆ ଜର୍ସିରେ ଖେଳିଥିଲୁ। ତା’ ପରଠାରୁ ଆମେ ହାଲକା ନୀଳ ଓ ପରେ ଘନ ନୀଳ ରଙ୍ଗ ଜର୍ସିରେ ଖେଳୁଥିଲୁ। ଏଥର ଆମେ ସାଫ୍ରନ ରଙ୍ଗ ବାଛିଛୁ। ଏହା ପଛରେ କିଛି ଟେକନିକାଲ କାରଣ ରହିଥିବା କହିଛନ୍ତି।

ଜର୍ସି ରଙ୍ଗରେ ପରିବର୍ତ୍ତନକୁ ନେଇ ଆମେ ଖୁସି। ଆଜି ପ୍ରାକ୍ଟିସ ମ୍ୟାଚ୍‌ ଥିଲା ଏବଂ ଆମେ ଆମର ଅଫିସିଆଲ କିଟ୍‌ ପିନ୍ଧି ଖେଳିଥିଲୁ, ଯାହାକି ଆମେ ବିଶ୍ୱକପ୍‌ରେ ପିନ୍ଧିବୁ। ମୋ ମତରେ ପରବର୍ତ୍ତୀ ଜର୍ସି ରଙ୍ଗକୁ ନେଇ ସମ୍ପୂର୍ଣ୍ଣ ଦଳ ଖୁବ ସକରାତ୍ମକ ଅନୁଭବ କରୁଛି ଏବଂ ଏହାକୁ ନେଇ ଆମେ ଉତ୍ସାହିତ ଅଛୁ’ ବୋଲି ହରମନପ୍ରୀତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri