Posted inଖେଳ

ରିକି ପଣ୍ଟିଂଙ୍କ ରେକର୍ଡ ପଛରେ ପଡ଼ିଛନ୍ତି କୋହଲି

ନୂଆଦିଲ୍ଲୀ, ୫ା୨- ଅଷ୍ଟ୍ରେଲିଆର ମହାନ କ୍ୟାପଟେନ ରିକି ପଣ୍ଟିଂଙ୍କ ଏକ ବିଶ୍ୱ ରେକର୍ଡ ଏବେ ସଙ୍କଟରେ। କାରଣ ତାଙ୍କ ରେକର୍ଡ ପଛରେ ପଡ଼ିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। କ୍ରିକେଟର ସମସ୍ତ (ଟି୨୦, ଦିନିକିଆ ଓ ଟେଷ୍ଟ) ଫର୍ମାଟରେ ଜଣେ ଅଧିନାୟକ ଭାବେ ସର୍ବାଧିକ ଶତକ ହାସଲ କରିବାର ରେକର୍ଡ ବର୍ତ୍ତମାନ କୋହଲି ଓ ପଣ୍ଟିଂଙ୍କ ନାମରେ ରହିଛି। ପଣ୍ଟିଂ ଅଧିନାୟକ ଭାବେ ହାସଲ କରିଥିଲେ ୪୧ ଅନ୍ତର୍ଜାତୀୟ ଶତକ। ଟିମ୍‌ ଇଣ୍ଡିଆର ଅଧିନାୟକ କୋହଲିଙ୍କ ନାମରେ ରହିଛି ସମାନ ସଂଖ୍ୟକ ଶତକ। ନିକଟ ଭବିଷ୍ୟତରେ କୋହଲି ଏହି ରେକର୍ଡ ନିଜ ନାମରେ କରିପାରନ୍ତି।

ଅଧିନାୟକ ଭାବେ ସର୍ବାଧିକ ଅନ୍ତର୍ଜାତୀୟ ଶତକ ହାସଲ କରିବାରେ କୋହଲି ଓ ପଣ୍ଟିଂଙ୍କ ପଛକୁ ରହିଛନ୍ତି ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଗ୍ରେମ ସ୍ମିଥ। ସେ ଅଧିନାୟକ ଭାବେ ହାସଲ କରିଥିଲେ ୩୩ ଶତକ। ତାଙ୍କ ପଛକୁ ରହିଛନ୍ତି ଅଷ୍ଟ୍ରେଲିଆ ଦଳର ପୂର୍ବତନ କ୍ୟାପଟେନ ଷ୍ଟିଭ ସ୍ମିଥ (୨୦), ମାଇକେଲ କ୍ଲାର୍କ (୧୯) ଓ ଓ୍ବେଷ୍ଟଇଣ୍ଡିଜର ବ୍ରାଏନ ଲାରା (୧୯)।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri