କାର୍‌ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍‌ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ସ୍ତ୍ରୀ ଉର୍ମିଳା ବିଶ୍ୱାଳ (୭୮)ତାଙ୍କ ଝିଅ ଅନିତା (୩୮), ନାତୁଣୀ ଅନବିକା ଧାମେ (୧୧) ସହ ଗାଡ଼ିର ଚାଳକ ସଞ୍ଜୟ ବେଉରା ଗୁରୁତର ହୋଇଛନ୍ତି l ସେମାନଙ୍କୁ ହଣ୍ଡପା ଆଇଆଇସି ନମିତା ନାୟକ ଉଦ୍ଧାର କରି ଚିକିତ୍ସା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

ଘଟଣାରୁ ଜଣାପଡ଼ିଛି ଯେ, ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ପୂର୍ବତନ ବିଧାୟକ ଅମର ଶତପଥୀ ଓ ପ୍ରଭାତ ତ୍ରିପାଠୀ ଏକ ଇନୋଭା ନମ୍ବର (ଓଡି ୦୫ ବି ଜେଡ ୪୦୪୦) ଯୋଗେ ଯାଉଥିବା ବେଳେ ପଛରେ ଏକ କାର୍‌ ନମ୍ବର (ଓଡି ୨୩ ଏନ୍‌ ୫୨୨୫) ଯୋଗେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଭୁବନେଶ୍ୱର ଯାଉଥିଲେ। ହେଲେ ହଣ୍ଡପା ବଜାର ନିକଟରେ ଭାରସାମ୍ୟ ହରାଇ ଇନୋଭା ପଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଦୁଇ ପୂର୍ବତନ ବିଧାୟକଙ୍କର କୌଣସି କ୍ଷତି ହୋଇ ନ ଥିବା ହଣ୍ଡପା ପୋଲିସ ସୂଚନା ଦେଇଛି। ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri