କାର୍‌ ଧକ୍କାରେ ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ଜୀବନ ଗଲା

ଛତ୍ରପୁର,୬ା୪(ଦିଲ୍ଲୀପ ସାମଲ): କାର୍‌ ଧକ୍କାରେ ବରଦା ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ମୃତ୍ୟୁ ଘଟିଛି। ମୃତ ପାଟଭୁକ୍ତା ଜଣକ ହେଲେ ଗଞ୍ଜାମ ବ୍ଲକ ବରଦା ଗ୍ରାମର କୃଷ୍ଣ ମହାପାତ୍ର।

ପୋଲିସ ସୂଚନାନୁସାରେ, ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକ ଜାତୀୟ ରାଜପଥଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କାର୍‌ ଧକ୍କାରେ ପାଟଭୁକ୍ତାଙ୍କ ମୃତ୍ୟୁ ଘଟିଛି। ବରଦା ଦଣ୍ଡନାଚ ପାର୍ଟି ଖୋଡ଼ାସିଙ୍ଗିଠାରେ ନାଚ ସାରି ସମସ୍ତ ଭୁକ୍ତାଙ୍କ ସହିତ ପାଟଭୁକ୍ତା ଛତ୍ରପୁର ଅଭିମୁଖେ ଚାଲି ଚାଲି ଆସୁଥିବା ବେଳେ ପାଟଭୁକ୍ତାଙ୍କୁ ଏକ କାର୍‌ ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ଅବସ୍ଥାରେ ତଳେ ପଡ଼ିଯାଇଥିଲେ। ହାଇଓ୍ବେ ପାଟ୍ରୋଲିଂ ପୋଲିସ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା। ସେହିପରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିବା ସହ କେସ୍‌ ନଂ ୧୪୧/୨୪ ରେ ଏକ ମାମଲା ରୁଜୁ କରି କାର୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri