କାର-ଅଟୋ ଧକ୍କା: ଚାଲିଗଲା ୩ ଜୀବନ, ୭ ଗୁରୁତର

ସୋନପୁର,୧୨।୭(ନି. ପ୍ର. ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଖାରି ନିକଟସ୍ଥ ବଡ଼ବାହାଲିଠାରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ରାଘବପାଳି ଅଞ୍ଚଳର ୮ ଜଣ ଏକ ଅଟୋରେ ସୋନପୁର ଆସୁଥିଲେ। ମହିଳା ଏବଂ ପୁରୁଷମାନେ ପନିପରିବା ଚାରା ବିକ୍ରି କରିବା ପାଇଁ ସୋନପୁର ହାଟକୁ ଆସୁଥିବା ଜଣାପଡିଛି। ହେଲେ ଭାଟବାହାଲି ଛକ ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ମାରୁତି ଆର୍ଟିକା କାର (ନଂ.ଓଡି୧୬ଯେ -୧୩୫୫) ଭାରସାମ୍ୟ ହରାଇ କଟୋକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri