କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ ୯ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ଏକ ସାଣ୍ଟ୍ରୋ କାର୍‌ ବିପରୀତ ଦିଗରୁ ଆସୁଥିବା ଏକ ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ କାର୍‌ରେ ଥିବା ୪ ଜଣ ଏବଂ ଅଟୋରେ ଥିବା ୨ ଜଣ ଆହତ ହୋଇଥିଲେ।ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସ୍ଥାନୀୟ ଲୋକଙ୍କ ସହଯୋଗରେ ସେମାନଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।ଅଟୋ ଚାଳକ ଭୁଲ୍‌ ରାସ୍ତାରେ ଆସୁଥିବାରୁ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Share