କାର୍‌-ବାଇକ୍‌ ଧକ୍କା: ୨ ଯୁବକଙ୍କ ମୃତ୍ୟୁ

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଚିଚୈଗୁଡା ଛକଠାରେ ସୋମବାର ସାରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍‌ରେ ଥିବା ୨ ଯୁବକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ଭବାନୀପାଟଣା ନୂଆପଡ଼ାର ସାହିଲ ପଟ୍ଟନାୟକ(୨୬) ଓ ରୋହନ ଭୋଇ (୩୦)। ମିଳିଥିବା ସୂଚନା ଅନୁଯାୟୀ, ଧର୍ମଗଡ଼ରୁ ସାହିଲ ଓ ରୋହନ ଏକ ବୁଲେଟ (ଓ୦୮ୟୁ-୬୧୦୩)ରେ ଆସୁଥିବାବେଳେ ଜୁନାଗଡ଼ ପଟୁ ଆସୁଥିବା କାର୍‌ (ନଂ.ଓ୦୮ଟି-୩୭୦୭) ସହ ଧକ୍କା ହୋଇଥିଲା। ଫଳରେ ବାଇକରେ ଥିବା ସାହିଲ ଓ ରୋହନ ଛିଟିକି ପଡି ଗୁରୁତର ହୋଇଥିଲେ। ସେମାନଙ୍କୁ ପ୍ରଥମେ ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଜୁନାଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି କାର୍‌ ଓ ବୁଲେଟକୁ ଜବତ ସହ ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଦୁର୍ଘଟଣାରେ ବୁଲେଟ ଓ କାର୍‌ ଚୂର୍‌ମାର ହୋଇଯାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଏଫଓଙ୍କ ଘରେ ଫୁଟିଲା ବ୍ରହ୍ମକମଳ ଫୁଲ

ଭଞ୍ଜନଗର,୧୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟଙ୍କ ଭଞ୍ଜନଗରସ୍ଥିତ ସରକାରୀ ବାସଭବନରେ ଶନିବାର ରାତିରେ ଗୋଟିଏ ଗଛରେ ୪ଟି ବ୍ରହ୍ମ...

କାଠ ଫାଳିଆରେ ପିଟି ବାପାଙ୍କୁ ହତ୍ୟା

ବାରିପଦା,୧୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ସାରସକଣା ବ୍ଲକ ଯୋକା ଗ୍ରାମରେ ଜଣେ ଯୁବକ ବାପାଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଛନ୍ତି।...

ଓଲଟିଲା ହିଟାଚି ବୋଝେଇ ଗାଡ଼ି

ବ୍ରାହ୍ମଣୀଗାଁ,୧୪ା୬ (ମନୋରଞ୍ଜନ ରଣା): ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କଡମ୍ବା ଛକ ନିକଟ ବାଡୁନୁ ଘାଟି ବୁଲାଣିରେ ଭାରସାମ୍ୟ ହରାଇ ହିଟାଚି...

ବରଗଡ଼ରେ ମାତିଛନ୍ତି ଟ୍ରାନ୍ସଫର୍ମର ଚୋର: ତେଲ, କଏଲ ନେଇଯିବା ଯୋଗୁ ଶ୍ରୀଧାମ ଅନ୍ଧାର,ଲୋକେ…

ବରଗଡ଼ ୧୪।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବିଦ୍ୟୁତ ଟ୍ରାନ୍ସଫର୍ମର ଚୋରଙ୍କ ଦୌରାତ୍ମ୍ୟ ବଢି ଚାଲିଛି। ଗତ କିଛିଦିନ ତଳେ ବରାହାଗୋଡାରେ ହୋଇଥିବା ଟ୍ରାନ୍ସଫର୍ମର ଚୋରିର ଅଭିଯୁକ୍ତଙ୍କୁ ପୋଲିସ...

ବିଦ୍ୟୁତ ତାର ଉପରେ ଗଛ ପକାଇଲେ ଦୁର୍ବୁତ୍ତ

ଦାରିଙ୍ଗବାଡି,୧୪ା୬ (ଅରୁଣ ସାହୁ): ଦାରଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ନୂତନ ସବଷ୍ଟେସନ ଶନିବାର କାର୍ଯ୍ୟ ଚାଲିଥିବାରୁ ଦିନବେଳେ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ଅପରାହ୍ନରେ ବିଦ୍ୟୁତ ସ୍ବାଭାବିକ ହେବାର...

ସରକାରଙ୍କ ଯୋଜନା ବଖାଣୁଛି ବିକାଶ ରଥ

ରିଷିଡ଼ା,୧୪।୬(ସୁଶାନ୍ତ ମଲ୍ଲିକ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ରଥ ଶନିବାର ରିଷିଡ଼ାରେ ପହଞ୍ଚି ଥିଲା। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରଥକୁ...

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ, ପରେ ଝୁଲି ପଡ଼ିଲେ ସ୍ବାମୀ; ୨ ନାବାଳକ ସନ୍ତାନ…

ପଦ୍ମପୁର,୧୪।୬(ପ୍ରଦୀପ୍ତ ଦାଶ): ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲି ପଡିଲେ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପଦ୍ମପୁର ଥାନା ଭେଉଁରିଆ ଗାଁରେ । ମୃତକ...

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ଟଲିପଡ଼ିଲେ ୪ ମାଓବାଦୀ

ଭୋପାଳ,୧୪।୬: ମଧ୍ୟପ୍ରଦେଶ ବାଲାଘାଟ ପଚମା ଦାଦର ଜଙ୍ଗଲରେ ଶନିବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। କୋମ୍ବିଂ ଅପରେଶନ ବେଳେ ମୁହାଁମୁହିଁ ହୋଇଛନ୍ତି ଯବାନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri