କାର-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ

କାଲିମେଳା,୨୬।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ପୋତାଖାର ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କାଲିମେଳା ଥାନା ଏରାଗୋଣ୍ଡା ଗ୍ରାମର ଲାଛା ମାଡି ଓ ଗଙ୍ଗା କବାସୀ।

ମିଳିଥିବା ସୂଚନା ମୁତାବକ, କାଲିମେଳାରୁ ମାଲକାନଗିରି ଯାଉଥିବା ଏକ କାର୍‌(ନଂ.ସିଜି୦୪ଏଲ୍‌ଏଲ୍‌-୧୩୪୧) ୩୨୬ ନମ୍ବର ଜାତୀୟ ରାଜପଥ ପୋତାଖାର ଗ୍ରାମ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌(ନଂ.ଓଡି ୩୦ସି- ୯୫୦୭) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ମୋଟରସାଇକେଲରେ ଆସୁଥିବା ଲାଛା ଏବଂ ଗଙ୍ଗାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ କାର ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri