କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର

ଗଞ୍ଜାମ/ଛତ୍ରପୁର,୨୬ା୧୦(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଥାନା ସମ୍ମୁଖ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗୁରୁବାର ଏକ କାର୍‌ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୩ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଛତ୍ରପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଅଗସ୍ତିନୂଆଗାଁର ବିଶ୍ୱନାଥ ନାହାକ ଓ ଶିବରାମ ସ୍ବାଇଁ ଗୁରୁତର ଥିବା ବେଳେ ହରି ନାହାକ ଆହତ ହୋଇଛନ୍ତି । କେଏ ୦୧ ଏମ୍‌ପି -୧୮୯୭ ନଂ ବିଶିଷ୍ଟ ଏକ କାର୍‌ ଓଡି୦୭ଏଏସ୍‌- ୧୧୧୭ ନମ୍ବର ବିଶିଷ୍ଟ ବାଇକ୍‌କୁ ଧକ୍କା ଦେଇଥିଲା। ଗଞ୍ଜାମ ଥାନାର ଏଏସ୍‌ଆଇ କ୍ଷେତ୍ରମୋହନ ସାହୁ ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ବିଶ୍ୱନାଥ ଓ ଶିବରାମଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ନେଇ ବ୍ରହ୍ମପୁର ସ୍ତାନାନ୍ତର କରାଯାଇଥିଲା। ସେହି ରାସ୍ତା ଦେଇ ଯାଉଥିବା ଦୁଇ ଗଣମାଧ୍ୟମ ପ୍ରତିନିଧି ବିସ୍ମୟ ଓ ରବୀନ୍ଦ୍ର ଆହତଙ୍କୁ ଉଦ୍ଧାର କରି ମେଡିକାଲ ପଠାଇବା ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri