କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା । ଶନିବାର ଅପରାହ୍ନ ୫.୩୦ ସମୟରେ ଏକ ମାରୁତି ଡିଜାୟାର କାର (ଓଡି ୦୨ ସି.ଏମ ୫୧୮୭) ଦୃତ ଗତିରେ ଲୁହୁରାକୁଟରୁ ରିଆମାଳ ଅଭିମୁଖେ ଆସୁଥିବା ସମୟରେ କଟାସର ଶିବ ମନ୍ଦିର ନିକଟରେ ବୁଲେଟ (ଓଡି୧୯ ୟୁ ୩୮୩୧)କୁ ସାମ୍ନା ପଟୁ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାର ବୁଲେଟ ମୁହାଁମୁହିଁ ଧକ୍କା ହେବା ଫଳରେ ବୁଲେଟ ଚାଳକଙ୍କ ଗୋଡ଼ କଟିଯାଇଥିଲା ।

ସ୍ଥାନୀୟ ଲୋକେ ପୋଲିସ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ‌ ବୁଲେଟ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଛତାବର ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ଦୁର୍ଭାଗ୍ୟବଶତଃ ଡାକ୍ତର ତାଙ୍କୁ ବଞ୍ଚାଇ ପାରିନଥିଲେ ଓ ମୃତ ଘୋଷଣା କରିଥିଲେ । ମୃତ ଯୁବକ ହେଲେ ତୁଙ୍ଗାମାଳ ଗାଁର ସ୍ୱର୍ଗତ ହାଡିବନ୍ଧୁ ନାଏକଙ୍କ ବଡ଼ ପୁଅ ହିମାଂଶୁ ନାଏକ । ସେ ବିଏସଏଫ ଯବାନ ଭାବରେ କାର୍ଯ୍ୟରତ ଥିଲେ । କିଛି ଦିନ ପୂର୍ବରୁ ହିମାଂଶୁ ଛୁଟିରେ ଘରକୁ ଆସିଥିଲେ । ତାଙ୍କ ମୃତ୍ୟୁ ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଘଟଣା ସ୍ଥଳରେ କୁଣ୍ଢେଇଗୋଳା ଥାନା ପୋଲିସ ଦୁର୍ଘଟଣାଗ୍ରସ୍ତ କାର ଓ ବୁଲେଟକୁ ଜବତ କରି କାର ଚାଳକ ପୂର୍ଣ୍ଣଚନ୍ଦ୍ର ସାହୁ (୨୮)କୁ ଗିରଫ କରି କେସ୍ ନଂ ୟୁଡି୧୮|୨୬ ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri