Posted inଜାତୀୟ

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ ପରିବାରର ୯ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଶନ୍ତପୁରା କ୍ରସ୍‌ ନିକଟରେ ଏହି ଦୁର୍ଘଟଣା ଘଟିଥିବା ପୋଲିସ କହିଛି। ମୃତକମାନେ ହେଲେ କ୍ରିଷ୍ଣା ନାୟକ (୫୨), ସ୍ତ୍ରୀ ଅନନ୍ତକଳା(୪୫), ଶରନପ୍ପା(୩୬) ଏବଂ ସ୍ତ୍ରୀ ନିସର୍ଗ(୩୦), ସେମାନଙ୍କ ପିଲା ସିଦ୍ଧାର୍ଥ (୩), ଆଦଭିକ(୫) ଏବଂ ଶ୍ରୀନିଧି (ଦେଢ଼ବର୍ଷ), ଶଶୀକଳା (୩୦) ଓ ତାଙ୍କ ପୁଅ ଚନ୍ଦନ(୮)। ଶଶୀକଳାଙ୍କ ଅନ୍ୟ ଏକ ପୁଅ ବିରାଟ(୧୦) ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ମୁତାବକ, ଏସ୍‌ପି ପୃଥ୍ବିକ୍‌ ଶଙ୍କର କହିଛନ୍ତି, କାର୍‌ର ଟାୟାର ଫାଟିଯିବାରୁ ଡ୍ରାଇଭର ନିୟନ୍ତ୍ରଣ ହରାଇ ବିପରୀତ ଦିଗରୁ ଆସୁଥିବା ବସ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ କାର୍‌ ଜଳିଯିବାରୁ ସେଥିରେ ଥିବା ୯ ଜଣଙ୍କର ମୃତ୍ୟୁ ଘଟିଥିଲା। କାରରେ ମୋଟ ୧୦ଜଣ ଯାତ୍ରା କରୁଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣ ଛୋଟ ପିଲା। ସମସ୍ତ ଯାତ୍ରୀଙ୍କୁ ୟାଦ୍‌ଗିରି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ୯ଜଣଙ୍କୁ ମୃତ ଘୋଷଣା କରିଥିଲେ। ଏକମାତ୍ର ଜୀବିତ ଥିବା ବିରାଟଙ୍କୁ ସେଠାରେ ଚିକିତ୍ସା କରାଯାଉଛି।

ଦୁର୍ଘଟଣା ପରେ ଉଭୟ କାର୍‌ ଓ ବସ୍‌ ସମ୍ପୂର୍ଣ୍ଣ ଜଳିଯାଇଥିଲେ। ତେବେ ବସ୍‌ରେ ଥିବା ୨୦ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri