ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କାର୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ମୃତ ଯୁବକ ହେଉଛନ୍ତି ଲେଫ୍ରିପଡ଼ା ଥାନା ଅଞ୍ଚଳର ସୀତାରାମ ଓରଫ ବିଲୁ ଭୋଇ।

ସୂଚନାନୁଯାୟୀ, ମୃତ ବିଲୁ  ତାଙ୍କ ଅସୁସ୍ଥ ମାଆ ସୁନ୍ଦରଗଡ ସରକାରୀ ମେଡ଼ିକାଲ କଲେଜରେ ଭର୍ତ୍ତି ହୋଇଥିବାରୁ ତାଙ୍କୁ ଦେଖିବାକୁ ଆସୁଥିଲେ।  ଟାଉନ ଥାନା ସମ୍ମୁଖରେ ଥିବା ହମ୍ପସ୍‌ ନିକଟରେ ତାଙ୍କ କାର୍‌ ନିୟନ୍ତ୍ରଣ ହରାଇ ପ୍ରଥମେ ଡିଭାଇଡର ଏବଂ ପରେ ରାସ୍ତା ପାର୍ଶ୍ୱରେ ଥିବା ଲୁହା ବ୍ୟାରିକେଡ୍‌ରେ ଧକ୍କା ଦେଇଥିଲା। ଫଳରେ କାର୍‌ଟି ଦ୍ରୁତଗତିରେ ଥିବାରୁ ଧକ୍କା ପରେ ସଙ୍ଗେସଙ୍ଗେ ନିଆଁ ଲାଗିଯାଇଥିଲା। ଦେଖୁଦେଖୁ କାର୍‌ଟି ହୁତୁହୁତୁ ହୋଇ ଜଳିବା ଆରମ୍ଭ କରିଥିଲା। ସେହି ସମୟରେ ଟାଉନ ଥାନାରେ ଉପସ୍ଥିତ ଥିବା ସଦର ଏସ୍‌ଡିପିଓ ନିର୍ମଳ ମହାପାତ୍ର, ଥାନା ଆଇଆଇସି ସୁଶାନ୍ତ କୁମାର ପରିଡ଼ା ଓ ଅନ୍ୟ ପୋଲିସ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳକୁ ଦୌଡ଼ି ଆସି ନିଆଁ ଭିତରୁ ଯୁବକଙ୍କୁ ଉଦ୍ଧାର କରିଥିଲେ। ଦୁର୍ଘଟଣାର ଭୟାବହତା ଯୋଗୁ ସୀତାରାମଙ୍କର ଗୋଟିଏ ହାତ ଛିଣ୍ଡି ଯାଇଥିବାବେଳେ ସେ ଗୁରୁତର ହୋଇଥିଲେ। ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ସେତେବେଳକୁ କାର୍‌ଟି ସମ୍ପୂର୍ଣ୍ଣ ଜଳି ଛାରଖାର ହୋଇଯାଇଥିଲା।
ଗୁରୁତର ଅବସ୍ଥାରେ ସୀତାରାମଙ୍କୁ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବାବେଳେ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ ଦୁର୍ଘଟଣାର କାରଣ ନେଇ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri