ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍, ପଲାସୁଣୀ ଛକ ନିକଟରେ ଯାଉଥିବା ଅନ୍ୟ ଏକ କାରକୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ ପଛ କାରଟି ସମ୍ମୁଖରେ ଥିବା କାର୍ ଉପରକୁ ଚଢ଼ି ଯାଇଥିଲା।

ଦୁର୍ଘଟଣାରେ ଜଣେ କାର୍ ଚାଳକ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଯୋଗୁଁ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା। ପ୍ରାୟ ୩୦ ମିନିଟ୍ ଧରି ଟ୍ରାଫିକ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିଲା।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ କ୍ରେନ୍ ସାହାଯ୍ୟରେ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ରାସ୍ତାରୁ ହଟାଇବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା। ପ୍ରାଥମିକ ତଦନ୍ତରୁ “ଅତ୍ୟଧିକ ବେଗ” ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri