ଖ୍ରୀଷ୍ଟମାସ ପରେଡରେ କାର ଧକ୍କା, ୨୦ରୁ ଅଧିକ ଆହତ…

ଓ୍ବାଶିଂଟନ,୨୨।୧୧: ଆମେରିକାର ୱିସ୍କୋସିନରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଖ୍ରୀଷ୍ଟମାସ ପରେଡରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେଡ ସମୟରେ ଦ୍ରୁତ ଗତିରେ ଏକ ଲାଲ କାର୍‌ ପ୍ରବେଶ କରି ଧକ୍କା ଦେଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଘଟଣାସ୍ଥଳରେ ଉପସ୍ଥିତ ପୋଲିସ କାର ଡ୍ରାଇଭରକୁ ଅଟକ ରଖିଛନ୍ତି। ତେବେ ତାଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇ ନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ଏବଂ ଡ୍ରାଇଭରକୁ ପଚରାଉଚରା କରାଯାଉଛି। ବିଭିନ୍ନ ଦିଗରୁ ପୋଲିସ ଏହି ଘଟଣାର ତଦନ୍ତ କରୁଛି।

ସନ୍ଦିଗ୍ଧଙ୍କ କାରକୁ ଜବତ କରାଯାଇଛି ବୋଲି ସିଟି ପୋଲିସ ମୁଖ୍ୟ ଡାନ ଥମ୍ପସନ କହିଛନ୍ତି। ଘଟଣାର ତଦନ୍ତ ଚାଲିଥିବା ସେ କହିଛନ୍ତି। ଆହତମାନଙ୍କ ମଧ୍ୟରୁ କେତେକଙ୍କୁ ପୋଲିସ ଏବଂ କିଛି ଲୋକଙ୍କୁ ସେମାନଙ୍କ ପରିବାର ଦ୍ୱାରା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକଙ୍କୁ ଘଟଣାସ୍ଥଳକୁ ନ ଯିବାକୁ ପୋଲିସ ନିବେଦନ କରିଛି। ଘଟଣାର ଭିଡିଓରେ ଏକ ଏସୟୁଭି ଲୋକଙ୍କୁ ଧକ୍କା ଦେଇଥିବାର ଦେଖାଯାଉଛି। ଏବେ ଏହି ଭିଡ଼ିଓ ଭାଇରାଲ ହେବାରେ ଲାଗିଛି।

ଏହି ଘଟଣା ରବିବାର ଅପରାହ୍ନରେ ଆମେରିକା ସମୟ ୪ଟା ୩୦ରେ ଘଟିଛି। ବାର୍ଷିକ ଖ୍ରୀଷ୍ଟମାସ ପରେଡ ଦେଖିବାକୁ ବହୁ ସଂଖ୍ୟକ ଲୋକ ଆସିଥିବା ବେଳେ ଏହି ଘଟଣା ଘଟିଥିଲା। ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri