ଖ୍ରୀଷ୍ଟମାସ ପରେଡରେ କାର ଧକ୍କା, ୨୦ରୁ ଅଧିକ ଆହତ…

ଓ୍ବାଶିଂଟନ,୨୨।୧୧: ଆମେରିକାର ୱିସ୍କୋସିନରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଖ୍ରୀଷ୍ଟମାସ ପରେଡରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେଡ ସମୟରେ ଦ୍ରୁତ ଗତିରେ ଏକ ଲାଲ କାର୍‌ ପ୍ରବେଶ କରି ଧକ୍କା ଦେଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଘଟଣାସ୍ଥଳରେ ଉପସ୍ଥିତ ପୋଲିସ କାର ଡ୍ରାଇଭରକୁ ଅଟକ ରଖିଛନ୍ତି। ତେବେ ତାଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇ ନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ଏବଂ ଡ୍ରାଇଭରକୁ ପଚରାଉଚରା କରାଯାଉଛି। ବିଭିନ୍ନ ଦିଗରୁ ପୋଲିସ ଏହି ଘଟଣାର ତଦନ୍ତ କରୁଛି।

ସନ୍ଦିଗ୍ଧଙ୍କ କାରକୁ ଜବତ କରାଯାଇଛି ବୋଲି ସିଟି ପୋଲିସ ମୁଖ୍ୟ ଡାନ ଥମ୍ପସନ କହିଛନ୍ତି। ଘଟଣାର ତଦନ୍ତ ଚାଲିଥିବା ସେ କହିଛନ୍ତି। ଆହତମାନଙ୍କ ମଧ୍ୟରୁ କେତେକଙ୍କୁ ପୋଲିସ ଏବଂ କିଛି ଲୋକଙ୍କୁ ସେମାନଙ୍କ ପରିବାର ଦ୍ୱାରା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକଙ୍କୁ ଘଟଣାସ୍ଥଳକୁ ନ ଯିବାକୁ ପୋଲିସ ନିବେଦନ କରିଛି। ଘଟଣାର ଭିଡିଓରେ ଏକ ଏସୟୁଭି ଲୋକଙ୍କୁ ଧକ୍କା ଦେଇଥିବାର ଦେଖାଯାଉଛି। ଏବେ ଏହି ଭିଡ଼ିଓ ଭାଇରାଲ ହେବାରେ ଲାଗିଛି।

ଏହି ଘଟଣା ରବିବାର ଅପରାହ୍ନରେ ଆମେରିକା ସମୟ ୪ଟା ୩୦ରେ ଘଟିଛି। ବାର୍ଷିକ ଖ୍ରୀଷ୍ଟମାସ ପରେଡ ଦେଖିବାକୁ ବହୁ ସଂଖ୍ୟକ ଲୋକ ଆସିଥିବା ବେଳେ ଏହି ଘଟଣା ଘଟିଥିଲା। ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?