ସ୍ବାସ୍ଥ୍ୟ ପରୀକ୍ଷା କରି ଡାକ୍ତରଖାନାରୁ ଫେରୁଥିଲେ, ଅଟୋ ଉପରେ ମାଡ଼ିଗଲା କାର୍‌, ସ୍ତ୍ରୀ-ସ୍ବାମୀଙ୍କ ସହ ଚାଳକ ମୃତ..

ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ସଦର ଥାନା ଅନ୍ତର୍ଗତ ଖଣ୍ଡହତା ବ୍ରିଜ ନିକଟରେ ଅଟୋ ଉପରେ କାର୍‌ ମାଡ଼ିଯିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକମାନେ ହେଲେ ବଂଶୀଧର ସେଠୀ, କମଳା ସେଠୀ ଏବଂ ଅଟୋ ଚାଳକ ମଣ୍ଟୁ ମୁଦୁଲି (୩୦) ଓ ଗୁରୁତରମାନେ ହେଲେ ସୁନୀତା ସେଠୀ (୩୦), ପୁଅ ଶ୍ରୀ ସାଇ (୧୨), ବିଶ୍ୱଜିତ୍‌।

ସୂଚନା ଯେ, ବାଲିମି ଥାନା ଅନ୍ତର୍ଗତ କାରନ୍ଦା ଅଞ୍ଚଳର ବଂଶୀଧର ସେଠୀଙ୍କ ଦେହ ଖରାପ ହେବାରୁ ଅନୁଗୋଳ ଚିକିତ୍ସାଳୟକୁ ଦେହ ଦେଖାଇବା ପାଇଁ ଏକ ଅଟୋ ଯୋଗେ ବଂଶୀଧରଙ୍କ ସ୍ତ୍ରୀ କମଳା, ବୋହୂ ସୁନୀତା ଏବଂ ନାତି ଶ୍ରୀସାଇଙ୍କୁ ନେଇ ଆସିଥିଲେ। ଦେହ ଦେଖାଇବା ପରେ ବଂଶୀଧରଙ୍କ ସମୁଦି ଘର ତୁରଙ୍ଗ ଗ୍ରାମକୁ ଯାଇଥିଲେ। ସେଠାରେ ଖାଇ ସାରି ଅଟୋ ଯୋଗେ କାରନ୍ଦା ଗ୍ରାମକୁ ଫେରୁଥିବା ବେଳେ ନରସିଂହପୁର ଅଞ୍ଚଳରୁ ଆସୁଥିବା ଏକ କାର ସହ ଧକ୍କା ହୋଇଥିଲା। ଅଟୋ କାର୍‌ ଧକ୍କା ହୋଇ ରାସ୍ତାକଡ଼ରେ ଥିବା ବିଲ ଭିତରକୁ ପଶିଯାଇଥିଲା। ଏହି ଦୁର୍ଘଟଣାରେ ଅଟୋରେ ଯାଉଥିବା ବଂଶୀଧର ସ୍ତ୍ରୀ କମଳା ଏବଂ ଅଟୋ ଚାଳକ ମଣ୍ଟୁ ମୁଦୁଲିଙ୍କର ଘଟଣାସ୍ଥଳରେ ମୃତୁ ଘଟିଥିବାବେଳେ ବୋହୂ ସୁନୀତା ଏବଂ ପୁଅ ଶ୍ରୀସାଇ ଗୁରୁତର ହୋଇଥିଲେ। ଏ ପଟେ କାର ମାଲିକ ଗୁରୁତର ଥିବା ବେଳେ କାର୍‌ ଚାଳକଙ୍କର କୌଣସି ଖବର ମିଳିନାହିଁ। ଖବର ପାଇ ଅନୁଗୋଳ ଅଗ୍ନିଶମ ବିଭାଗ ପହଞ୍ଚି ସମସ୍ତ ମୃତ ଏବଂ ଗୁରୁତରଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଖବର ପାଇ ସଦର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୨ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?