ଗଛରେ ପିଟିହେଲା କାର୍‌: ସିଟ୍‌ରେ ଲାଗିଛି ରକ୍ତ, ଭିତରେ ନାହାନ୍ତି କେହି, ପୋଲିସର ତନାଘନା

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟରେ ଏକ କାର୍‌ ଗଛରେ ପିଟି ହୋଇଛି। ତେବେ ଉକ୍ତ କାର୍‌ରେ କିଏ ଥିଲା ଏବଂ କେଉଁଠିକୁ ଯାଉଥିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନଥିବା ପୋଲିସ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ଦାରିଙ୍ଗବାଡ଼ି ପଟରୁ ଯାଉଥିବା କାର୍‌ ନଂ (ଓଡି-୦୨ସିଇ- ୫୫୭୭)ଏକ ବିରାଟ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଓ ଉକ୍ତ କାର୍‌ ଭିତରେ କେହି ନଥିବା ସହ ରକ୍ତ ଭିଜା କାର୍‌ଟି ଥିବା ସ୍ଥାନୀୟ ଲୋକେ ଦାରିଙ୍ଗବାଡ଼ି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଦୁର୍ଘଟଣା ଘଟି ରକ୍ତ ଲାଗିଥିବା ଆଶଙ୍କା କରିଛି ଦୁର୍ଘଟଣା ପରେ ଆହତମାନେ କୌଣସି ଗାଡ଼ିରେ ବାଲିଗୁଡ଼ା କିମ୍ବା ଅନ୍ୟ କୁଆଡ଼େ ଯାଇଥାଇପାରନ୍ତି ବୋଲି ପୋଲିସ ଆଶଙ୍କା କରିଛି। ସେହିପରି ଦାରିଙ୍ଗବାଡ଼ିରେ ପ୍ରବଳ ବର୍ଷା ହୋଇଥିବାରୁ ଗାଡ଼ି ସ୍ଲିପ୍‌ କରି ଗଛରେ ପିଟି ହୋଇଥିବା ବି ଅନୁମାନ କରାଯାଉଛି। ଏଏସ୍‌ଆଇ ଅର୍ଜ୍ଜୁନ ଶବର ଘଟଣାସ୍ଥଳରେ ପହଞ୍ଚି ଗାଡ଼ିଟିକୁ ଜବତ କରି ଥାନାକୁ ନେବା ବ୍ୟବସ୍ଥା କରିବା ସହ ଏହାର ତନାଘନା କରୁଛନ୍ତି। ଖବର ଲେଖାହେବା ସୁଦ୍ଧା କୌଣସି ସତ୍ୟତା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?