ଟୋଲ୍‌ପ୍ଲାଜା ବୁଥ୍‌ ଉପରକୁ ଚଢ଼ିଗଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍‌ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ ବାଲେଶ୍ୱରରୁ ବାରିପଦା ଅଭିମୁଖେ ଅତ୍ୟନ୍ତ ଦ୍ରୁତଗତିରେ ଯାଉଥିବା ଏକ କାର୍‌ ନଂ ଓଡି ୧୧ ଏମ୍‌ ୬୭୧୬ରେ ବାରିପଦା ୱାଲିଗଞ୍ଜ ଅଞ୍ଚଳର ସନତ ପଟ୍ଟନାୟକଙ୍କ ପୁଅ ରାଜୀବ ଓ ତାଙ୍କ ସାଙ୍ଗ ଅଜୟ ନାୟକ ଯାଉଥିବା ବେଳେ ଭାରସାମ୍ୟ ହରାଇ ଟୋଲ୍‌ପ୍ଲାଜା ୩ ନଂ ବୁଥ୍‌ ଉପରକୁ ଚଢ଼ିଯାଇଥିଲେ। ଫଳରେ ଅଜୟ ଓ ରାଜୀବଙ୍କୁ ପୋଲିସ ଉଦ୍ଧାର କରି ବାରିପଦା ପିଆର୍‌ଏମ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିବାବେଳେ ସେଠାରେ ରାଜୀବଙ୍କ ମୃତ୍ୟୁ ହୋଇଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ବାମପଟେ ବସିଥିବା ଅଜୟଙ୍କୁ ଗାଡ଼ିରେ ଥିବା ବେଲୁନ ସୁରକ୍ଷା ଯୋଗାଇ ଦେଇଥିବା ବେଳେ ଚାଳକ ରାଜୀବଙ୍କ ସାମନା ବେଲୁନ ଅଧା ଖୋଲିଥିବାରୁ ତାଙ୍କୁ ଗୁରୁତର ଆଘାତ ଲାଗିଥିବା ସ୍ଥାନୀୟ ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ପ୍ରକାଶ।
ତେବେ ପୋଲିସ ପକ୍ଷରୁ କ୍ରେନ୍‌ ଯୋଗେ କାର୍‌ଟିକୁ ଦୁର୍ଘଟଣାସ୍ଥଳରୁ ବହାର କରାଯିବା ସହିତ ଏହାକୁ ଜବତ କରି ଥାନାକୁ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri