ପାଚେରୀକୁ ଧକ୍କା ଦେଇ କାର୍‌ ଗୁଣ୍ଡ: ଦ୍ରୁତଗତି, ମଦୁଆଙ୍କ ପାଇଁ ଭଞ୍ଜନଗରରେ ବଢୁଛି ଦୁର୍ଘଟଣା

ଭଞ୍ଜନଗର,୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାରେ ବୁଧବାର ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦ୍ରୁତଗତି କିମ୍ବା ଅନ୍ୟ କୌଣସି କାରଣରୁ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଛି ସେନେଇ ସଠିକ କିଛି ଜଣାପଡ଼ିନାହିଁ। ପୋଲିସ ରାତିରେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଛି। କିନ୍ତୁ ଗାଡିରେ କେତେଜଣ ଥିଲେ, ସେମାନେ ଆହତ ହୋଇଛନ୍ତି କି ନାହିଁ , କେଉଁଭଳି ପରିସ୍ଥିତିରେ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଛି ସେନେଇ ସଠିକ କିଛି ଜଣାପଡ଼ିନାହିଁ। ଗୁରୁବାର ପୋଲିସ ଗାଡ଼ି ମାଲିକଙ୍କୁ ଠାବ କରିବା ପରେ ଦୁର୍ଘଟଣାର କାରଣ ଜଣାପଡିବ। ଦ୍ରୁତଗତି ଗାଡି ଚାଳନା ଏବଂ ମଦୁଆ ଗାଡି ଚାଳକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଯୋଗୁ ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ମଧ୍ୟ ସେହି ଅନୁପାତରେ ବଢୁଛି। ଯାହାକି ଚିନ୍ତାଜନକ ବିଷୟ। ଗତ ସପ୍ତାହରେ ରେଡକ୍ରସ ରୋଡରେ ଦ୍ରୁତ ଗତିରେ ଜଣେ ବାଇକ ଚାଳକ ଆସି ଜଣେ ବ୍ୟବସାୟୀଙ୍କୁ ଧକ୍କା ଲଗାଇଥିଲେ। ଏଥିରେ ବ୍ୟବସାୟୀ ଆହତ ହୋଇଥିଲେ। ଯାହାକୁ ନେଇ ଲୋକେ ରାସ୍ତାରୋକୋ କରିଥିଲେ। ଏହାପରେ ପୋଲିସ ପାଟ୍ରୋଲିଂ ହୋଇଥିଲା। ଦ୍ରୁତ ଗତିରେ ଗାଡି ଚଳାଉଥିବା ବ୍ୟକ୍ତି ଏବଂ ମଦୁଆ ଗାଡି ଚାଳକଙ୍କ ଉପରେ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ସୂଚନା ଯୋଗ୍ୟ ଯେ, ଗତକାଲି ରାତିରେ ଏକ କାର୍‌ ଗାଡି କୁଲାଡରୁ ଭଞ୍ଜନଗର ଅଭିମୁଖେ କୌଣସି କାମରେ ଆସୁଥିଲା। ଏହି ସମୟରେ ଭଞ୍ଜନଗର ଗୋପାଳ ସମାଜ ଘର ସମ୍ମୁଖରେ କାର୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri