କାର୍‌ର ସନରୁଫ୍‌ ଖୋଲି ନାଚୁଥିଲେ କନ୍ୟା, ବରଯାତ୍ରୀଙ୍କ ଉପରେ ଚଢ଼ିଗଲା ଗାଡ଼ି; ଭିଡିଓ ଦେଖିଲେ..

ମୁଜାଫରନଗର: ଆଜିକାଲି ସମୟରେ ବିବାହରେ କନ୍ୟାମାନଙ୍କର ନାଚିବା ସାଧାରଣ କଥାରେ ପରିଣତ ହେଲାଣି। ହେଲେ ବେଳେବେଳେ ଖୁସିର ମୂହୁର୍ତ୍ତ ଯନ୍ତ୍ରଣାଦାୟକ ଦୁର୍ଘଟଣାର ସାକ୍ଷୀ ପାଲଟେ। ସେଭଳି ଏକ ଘଟଣା ମୁଜାଫରନଗରରେ ଏକ ବିବାହ ସମାରୋହରେ ଘଟିଛି। ଏକ ସୁସଜ୍ଜିତ କାର୍‌ରେ କନ୍ୟା ନାଚିନାଚି ବିବାହସ୍ଥଳକୁ ଯାଉଥିଲେ। କାର୍‌ର ଉଭୟ ପାର୍ଶ୍ୱରେ ଅତିଥିମାନେ ଘେରି ରହିଥିଲେ। ହେଲେ ହଠାତ୍‌ ଏକ କାର୍‌ ଦ୍ରୁତ ଗତିରେ ଆସି ଗୋଟିଏ ପାର୍ଶ୍ୱର ଲୋକମାନଙ୍କ ଉପରେ ଚଢ଼ିଯାଇଥିଲା। ଏହି ଦୁର୍ଘଟଣାରେ ଦୁଇଜଣ ପ୍ରାଣ ହରାଇଥିଲେ। ଏହି ଦୁର୍ଭାଗ୍ୟଜନକ ଘଟଣାର ଏକ ଭିଡିଓ ସାମ୍ନାକୁ ଆସିଛି।

ମଙ୍ଗଳବାର ମୁଜାଫରନଗର ନୂଆ ମଣ୍ଡି ଅଞ୍ଚଳରେ ଏହି ଘଟଣା ଘଟିଛି। ଅଞ୍ଚଳର ହେମାଙ୍କ ବିବାହ ଅଙ୍କୁର ନାମକ ଜଣେ ଯୁବକଙ୍କ ସହ ହେଉଥିଲା। ସେ କାର୍‌ରେ ଡେରାଡୁନ୍‌ ରାଜମାର୍ଗରେ ଥିବା ବିବାହ ଉତ୍ସବସ୍ଥଳରେ ପହଞ୍ଚିବାକୁ ଯାଉଥିଲେ। ଏହି ସମୟରେ ବରଯାତ୍ରୀମାନଙ୍କୁ ନାଚୁଥିବା ଦେଖିଥିଲେ। ପରେ ସେ କାର୍‌ର ସନରୁଫ୍‌ ଖୋଲି ନାଚିବା ଆରମ୍ଭ କରିଥିଲେ। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ସେଠାରେ ଥିବା ଲୋକଙ୍କ ଉପରେ ମାଡି ଯାଇଥିଲା।

ଅଙ୍କୁରଙ୍କ ସମ୍ପର୍କୀୟ ଭାଇ ପ୍ରମୋଦଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବା ପରେ ସେଠାରେ ଆଉ ଜଣେ ଅତିଥି ଆଖି ବୁଜିଥିଲେ। ଏଭଳି ଦୁଃଖଦ ଘଟଣା କ୍ୟାମେରାରେ କଏଦ ହୋଇଛି। ଭିଡିଓରେ ଏକ କାର ଅତିଥିମାନଙ୍କ ଉପରେ ଚଢ଼ି ଯାଉଥିବା ଦେଖାଯାଇଛି। ତେବେ ପୋଲିସ ଘଟଣାସ୍ଥଳରୁ ଗାଡ଼ିକୁ ଜବତ କରିଥିବା ବେଳେ ଡ୍ରାଇଭର ସେଠାରୁ ଖସି ପଳାଇବାରେ ସଫଳ ହୋଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri