ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ ନିକଟରେ କାରଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା ।

ଫଳରେ ଘଟଣାସ୍ଥଳରେ ହିଁ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଗୁରୁତରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭାଗମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ହରିଚନ୍ଦନପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତର ଖାନାକୁ ରେଫର୍ କରାଯାଇଥିବା ସୂଚନା ମିଳିଛି । ଆଜି ଚାରି ଜଣ ବ୍ୟକ୍ତି ଢେଙ୍କାନାଳରୁ ଘଟଗାଁ କାର୍ ଯୋଗେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଯାଇଛି ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି କାରଟିକୁ ପାଣିରୁ ବାହାର କରି ତଦନ୍ତ କରୁଛି । ଅଦ୍ୟାବଧି ମୃତାହତଙ୍କ ପରିଚୟ ମିଳପାରିନାହିଁ ବୋଲି ପୋଲିସ ସୂଚନା ଦେଇଛି । ପରିବାର ଲୋକଙ୍କୁ ସୂଚନା ଦିଆଯାଇଛି ଖୁଲାସା ହେବ ବୋଲି କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri