ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ ଜିଲା ବାହାରରୁ ହଜାର ହଜାର ଭକ୍ତ କୋରାପୁଟରେ ପହଞ୍ଚିଛି। ଜିଲା ପ୍ରଶାସନ ଓ ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ପକ୍ଷରୁ ଏଥିନିମନ୍ତେ ସମସ୍ତ ପ୍ରକାର ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଛି। ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ପକ୍ଷରୁ ବଡ଼ଦାଣ୍ଡରେ ପ୍ରସ୍ତୁତ ହୋଇଥିବା ୩ ରଥକୁ ପାରମ୍ପରିକ ପୂଜାର୍ଚ୍ଚନା ହୋମ କାର୍ଯ୍ୟ କରାଯାଇ ରଥକୁ ପ୍ରତିଷ୍ଠା କରାଯାଇଛି। ସେହିପରି ୩ ରଥ ଉପରେ ପତାକା ଲଗାଯାଇଛି। ମନ୍ଦିରର ପୂଜକ ରଘୁନାଥ ଶତପଥୀଙ୍କ ତତ୍ତ୍ୱାବଧାନରେ ବହୁ ପୂଜକ ଉପସ୍ଥିତ ରହି ଏହି ପୂଜାର୍ଚ୍ଚନା କରିଥିଲେ। ଶ୍ରୀଜିଉମାନଙ୍କ ରତ୍ନସିଂହାସନକୁ ଶୁଦ୍ଧି କରାଯାଇଥିଲା।

ରବିବାର ଭୋର୍‌ ୩ଟା ୪୯ରୁ ୩ଟା ୫୦ ମଧ୍ୟରେ ଠାକୁରଙ୍କ ନେତ୍ରୋତ୍ସବ ଓ ନବଯୌବନ କାର୍ଯ୍ୟ ସମ୍ପନ୍ନ କରାଯିବା ପରେ ସକାଳ ୭ଟାରେ ଦ୍ୱାର ଫିଟା ଓ ନବଯୌବନ ଦର୍ଶନ ଅନୁଷ୍ଠିତ ହେବ। ମା’ ବିମଳାଙ୍କଠାରୁ ଆଜ୍ଞାମାଳ ଭିକ୍ଷା ଓ ମଙ୍ଗଳାରୋପଣ ଦିବା ୮ଟା ୩୦ରୁ ୯ଟା ମଧ୍ୟରେ କରାଯିବ। ପରେ ପୂର୍ବାହ୍ନ ୯.୩୦ରୁ ଶ୍ରୀଜିଉଙ୍କ ଧାଡ଼ିପହଣ୍ଡି ଆରମ୍ଭ କରାଯିବ। ମଧ୍ୟାହ୍ନ ୧୨ଟା ୩୦ ମିନିଟ୍‌ରେ ରଥଟଣା ଆରମ୍ଭ କରାଯିବ ବୋଲି ନୀତି ନିର୍ଘଣ୍ଟ କରାଯାଇଥିବା ମନ୍ଦିର ପରିଚାଳନା କମିଟିର ସମ୍ପାଦକ ଡ. ଜଗବନ୍ଧୁ ସାମଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri