ଆଜି ପଥେ ଭକ୍ତ-ଭଗବାନ ଭେଟ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ମଙ୍ଗଳବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରତ୍ନସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ରଥାରୂଢ଼ ଦାରୁଦିଅଁଙ୍କ ଦର୍ଶନ କରି କୃତାର୍ଥ ହେବେ ଭକ୍ତ। ଏହି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବା ନିମନ୍ତେ ଭକ୍ତଙ୍କ ସୁଅ ଛୁଟିଛି। ଆଉ କେଇ ଘଣ୍ଟା ପରେ ଭକ୍ତ ଏବଂ ଭଗବାନ୍‌ଙ୍କ ମିଳନ ହେବ, ଯାହାକୁ ନେଇ ସମସ୍ତଙ୍କ ମନରେ ଭରି ରହିଛି ଉତ୍ସାହ ଓ ଉଲ୍ଲାସ।
ଏହି କ୍ରମରେ ପରମ୍ପରା ଅନୁଯାୟୀ, ସୋମବାର ପ୍ରତିପଦା ତିଥିରେ ରଥଖଳାରୁ ତିନିରଥ ଟଣାହୋଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଆସିଛି। ଏ ନେଇ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ସକାଳ ୬ଟା ୩୫ରେ ଚକା ଅପସର, ୬ଟା ୪୫ରେ ମଙ୍ଗଳ ଆଳତି, ୬ଟା ୫୫ରେ ଅବକାଶ, ୬ଟା୫୦ରେ ମଇଲମ, ୭ଟା ୧୫ରେ ଅବକାଶ ପୂଜା ସରିଥିଲା। ୭ଟା ୨୦ରେ ଦଶ ଅବତାର ଠାକୁରଙ୍କ ବାହୁଡ଼ା ବିଜେ ଓ ୭ଟା ୨୫ରେ ତାଟି ଫିଟିବା ପରେ ଶ୍ରୀବିଗ୍ରହଙ୍କ ନବଯାୈବନ ଦର୍ଶନ ଆରମ୍ଭ ହୋଇଥିଲା। ସକାଳ ୭ଟା ୩୦ରେ ପରିମାଣିକ ଦର୍ଶନ ଆରମ୍ଭ ହୋଇଥିଲା। ପରିମାଣିକ ଟିକେଟଧାରୀ ଭକ୍ତମାନେ ଧାଡ଼ିରେ ଯାଇ ଦାରୁବିଗ୍ରହଙ୍କ ଦର୍ଶନ କରିଥିଲେ। ୮ଟାରେ ସାହାଣ ମେଲା ବା ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ୧୧ଟା ୩୦ରେ ଦର୍ଶନ ବ୍ୟବସ୍ଥା ବନ୍ଦ କରାଯାଇଥିଲା। ମଧ୍ୟାହ୍ନ ୧୨ଟାରେ ଚୂନପାଣି ପଡ଼ି ଧୁଆଧୋଇ ହୋଇଥିଲା। ୧୨ଟା ୨୫ରେ ଦଇତାପତି ସର୍ବାଙ୍ଗ, ଅପରାହ୍ନ ୧ଟା ୫ରେ ନେତ୍ର ଉତ୍ସବ ବନ୍ଦାପନା, ୧ଟା ୨୦ରେ ରାଜନୀତି, ୧ଟା ୩୦ରେ ବନ୍ଦାପନା, ୨ଟା ୧୫ରେ ଯାତ୍ରାଙ୍ଗୀ ମହାସ୍ନାନ, ୨ଟା ୪୦ରେ ଘଣ୍ଟ ଛତା ସର୍ବାଙ୍ଗ ପରେ ଅନ୍ୟାନ୍ୟ ନୀତି ବଢି ୪ଟା ୨୫ରେ ସକାଳଧୂପ ଶେଷ ହୋଇ ପାଣି ପଡ଼ିଥିଲା। ପରେ ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ୩ଟି ଆଜ୍ଞାମାଳ ଆଣି ଘଣ୍ଟ, ଛତା, କାହାଳୀ ସହ ରଥଖଳା ନିକଟକୁ ବିଜେ କରିଥିଲେ। ପରମ୍ପରା ଅନୁଯାୟୀ, ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଆଜ୍ଞାମାଳ ପ୍ରଦାନ କରାଯାଇଥିଲା। ଭୋଇସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ତାଳଧ୍ୱଜ ରଥରେ ବିଜେ କାହାଳୀ ବାଜିବା ପରେ ତିନି ରଥକୁ ସିଂହଦ୍ୱାର ଅଭିମୁଖେ ଟଣା ଆରମ୍ଭ ହୋଇଥିଲା। ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ସିଂହଦ୍ୱାର ସମ୍ମୁଖକୁ ଅଣାଯାଇଥିଲା। ଭକ୍ତିସଙ୍ଗୀତର ତାଳେ ତାଳେ ଭକ୍ତ ଏବଂ ଆରକ୍ଷୀ ବାହିନୀ ରଥ ଟାଣିଥିଲେ। ସନ୍ଧ୍ୟା ସୁଦ୍ଧା ତିନି ରଥ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚତ୍ଥିଲା। ତିନିରଥକୁ ବିଭିନ୍ନ ଫୁଲରେ ସୁସଜ୍ଜିତ କରାଯାଇଥିଲା। ତିନିରଥରେ ଭୋଇ ସେବକମାନେ ଚାରମାଳ ବାନ୍ଧିବା ପରେ ସାରଥିମାନଙ୍କୁ ଉଠାଯାଇଥିଲା। ରାତିରେ ମହାପ୍ରଭୁଙ୍କ ପହୁଡ଼ ଆଳତି ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ଲାଗି ସେନାପଟା ଓ ବାହୁଟ କଣ୍ଟ କରିଥିଲେ।
ମଙ୍ଗଳବାର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ସକାଳ ୬ଟାରେ ମଙ୍ଗଳ ଆଳତି, ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି ଓ ରୋଷହୋମ, ୭ଟାରେ ଅବକାଶ, ୭ଟା ୧୦ରେ ସୂର୍ଯ୍ୟ ପୂଜା, ୭ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହେବ। ୮ଟାରୁ ୯ଟା ପର୍ଯ୍ୟନ୍ତ ଗୋପାଳ ବଲ୍ଲଭ ଓ ସକାଳ ଧୂପ, ୯ଟାରେ ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ, ପରେ ଡୋରଲାଗି ହୋଇ ୯.୩୦ରେ ପହଣ୍ଡି ଆରମ୍ଭ ହେବ। ମଧ୍ୟାହ୍ନ ୧୨.୩୦ରେ ପହଣ୍ଡି ସରି ଅପରାହ୍ନ ୧ଟା ପର୍ଯ୍ୟନ୍ତ ଶ୍ରୀମଦନ ମୋହନ, ଶ୍ରୀରାମକୃଷ୍ଣ ରଥକୁ ବିଜେ ହେବେ। ୧ଟା ୩୦ରୁ ୨ଟା ପର୍ଯ୍ୟନ୍ତ ଚିତା ଲାଗି ହୋଇ ବେଶ ଶେଷ ହେବ। ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଲଗାଯିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯିବ। ସମସ୍ତ ନୀତିକାନ୍ତି ଶୃଙ୍ଖଳିତ ଭାବେ ସମ୍ପନ୍ନ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ଆଶା ରଖିଛି। ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଓ ସିସିଟିଭି ନଜରରେ ପୁରୀ ସହର ରହିଥିବାବେଳେ ସହରରେ ଟ୍ରାଫିକ ମୋବିଲିଟି ପ୍ଲାନ୍‌ କାର୍ଯ୍ୟକାରୀ ହୋଇଛି। ୧୭୦ ପ୍ଲାଟୁନ୍‌ ଫୋର୍ସ ସମେତ ସାଦା ପୋଷାକଧାରୀ ପୋଲିସ୍‌, ବୋମା ନିଷ୍କ୍ରିୟକାରୀ ଦଳ ଓ ସ୍ବତନ୍ତ୍ର ଟାକ୍ଟିକାଲ୍‌ ୟୁନିଟ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri