ପୋଖରୀ ଭିତରେ ପଶିଗଲା ଗଞ୍ଜେଇ ଭର୍ତ୍ତି କାର୍‌

ବଲାଙ୍ଗୀର,୨୦।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅଧୀନ କୁରୁଲରୁ-ଭାଲେର୍‌ ବାଏପାସ୍‌ ରାସ୍ତାରେ ଏକ ଦୁର୍ଘଟଣା ଘଟିଛି। ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ପୋଖରୀ ଭିତରକୁ ପଶିଯାଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ମିଳିଥିବା ସୂଚନା ମୁତାବକ, ଏକ କାର୍‌ (ନଂ. ଓଡି୨୬-୯୦୯୯) କୁରୁଲରୁ-ଭାଲେର୍‌ ବାଏପାସ୍‌ ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ପୋଖରୀ ଭିତରକୁ ପଶିଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ହେଲେ କାର୍‌ ଡ୍ରାଇଭରଙ୍କ ସହ ଅନ୍ୟମାନେ ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଛନ୍ତି। ଖବର ପାଇ ପୁଇଁତଲା ଥାନା ପୋଲିସ ପହଞ୍ଚି ଏକ କ୍ରେନ ସାହାଯ୍ୟରେ କାରକୁ ଉଦ୍ଧାର କରିଥିଲା। ପୋଲିସ ଯାଞ୍ଚ ବେଳେ କାରରୁ ୩୦ କେଜି ଗଞ୍ଜେଇ ଜବତ କରିଛି। ଅନ୍ୟପକ୍ଷେ ଘଟଣା ସ୍ଥଳରେ ପୁଇଁତଲା ଥାନା ଆଇଆଇସି ଶୁଭରାଜ ଧରୁଆ ଏବଂ ପୋଲିସ କର୍ମଚାରୀଙ୍କ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri