ଗଞ୍ଜେଇ ଭର୍ତ୍ତି କାର୍‌ ଜବତ, ଜଣେ ଗିରଫ

ବ୍ରହ୍ମପୁର,୫ା୮(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୋଇନ୍ଦା ଡେପୁଟି କମିଶନର ଡମ୍ବରୁଧର ଖଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ୍‌ ଫାଷ୍ଟଗେଟ୍‌ ଛକରେ ଚଢ଼ାଉ କରି ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। ସେଥିରୁ ୧୫୦ କେଜି ଗଞ୍ଜେଇ ଜବତ ହୋଇଛି। ଜଣେ ଚାଲାଣକାରୀଙ୍କୁ ଗିରଫ କରଯାଇଛି। ଅଭିଯୁକ୍ତ ଜଣଙ୍କ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କଳାମେରି ଗ୍ରାମର ଯଶୋବନ୍ତ ମଲିକ (୨୬)। ମାମଲା ନମ୍ବର ୨୪୯/୨୩-୨୪ ରେ ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି। ବ୍ରହ୍ମପୁର ଏବେ ଗଞ୍ଜେଇ ଚାଲାଣର ହବ୍‌ ପାଲଟିଛି। ଗଜପତି କନ୍ଧମାଳରୁ ରୀତିମତ ଭାବେ ଗଞ୍ଜେଇ ବ୍ରହ୍ମପୁର ଦେଇ ବିଭିନ୍ନ ରାଜ୍ୟକୁ ଚାଲାଣ ହେଉଥିବାର ନଜିର ରହିଛି। ଶୁକ୍ରବାର ସକାଳେ ଉକ୍ତ ଟିମ୍‌ କୁକୁଡ଼ାଖଣ୍ଡି ଛକରୁ ଏକ କାର୍‌ରୁ ୨୫୦ କେଜି ଗଞ୍ଜେଇ ସହ ତିନି ଜଣ ଚାଲାଣକାରୀଙ୍କୁ ଗିରଫ କରିଥିଲା।

ପ୍ରକାଶ ଯେ, ଅବକାରୀ ଗୁଇନ୍ଦା ଉପଅଧୀକ୍ଷକ କୁବେର ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ଶୁକ୍ରବାର ରାତିରେ ଫାଷ୍ଟଗେଟ୍‌ ଛକରେ ଯାନବାହନ ଯାଞ୍ଚ କରୁଥିଲେ। ସେହି ରାସ୍ତା ଦେଇ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ କାର୍‌ ନମ୍ବର(ଓଆର ୦୨ ଜେଡ୍‌ – ୩୧୧୩)କୁ ଅଟକାଇ ଟିମ୍‌ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ଗାଡ଼ି ଭିତରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ପାଇଥିଲା। ଉକ୍ତ ଗାଡ଼ିରୁ ୧୫୦କେଜି ଗଞ୍ଜେଇ ଜବତ କରାଯାଇଥିଲା। ଅଭିଯୁକ୍ତଙ୍କୁ ଜେରା ବେଳେ ସେ ଉକ୍ତ ଗଞ୍ଜେଇ ଗଜପତି ଜିଲା ମୋହନା ଅଞ୍ଚଳରୁ ବ୍ରହ୍ମପୁର ଚାଲାଣ କରିଥାନ୍ତେ ବୋଲି ଟିମ୍‌ ଜାଣିବାକୁ ପାଇଛି। ଜବତ ଗଞ୍ଜେଇ ଓ କାର୍‌ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଶ୍ରୀ ସେଠୀ ସୂଚନା ଦେଇଛନ୍ତି। ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଗୁଇନ୍ଦା ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏସ୍‌ଆଇ ଅଜିତ କୁମାର ନାୟକ, କନଷ୍ଟେବଳ କପିଳାଶ ଭତ୍ରା, ସନ୍ତୋଷ ନାୟକ, ବଳରାମ ଜେନା, କୁମୁଦ ଚନ୍ଦ୍ର ପ୍ରଧାନ, ସୁବ୍ରତ ବେହେରା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri