କାର୍‌ ଭର୍ତ୍ତି ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। ଯାଞ୍ଚ ବେଳେ କାରରେ ୭୦ କେଜି ଗଞ୍ଜେଇ ରହିଥିବା ଜଣାପଡିଛି। ଗଞ୍ଜେଇ ଚାଲାଣକାରୀ ଯୁବକଙ୍କୁ ମାମଲା ନମ୍ବର ୧୦୨୬/୨୨-୨୩ ରେ ଗିରଫ କରାଯାଇଛି। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ବିହାର ପଟଣାର ଧର୍ମେନ୍ଦ୍ର ପ୍ରଧାନ (୩୨)। ଜେରା ବେଳେ ସେ ଉକ୍ତ ଗଞ୍ଜେଇ ଗଜପତିରୁ ଆଣି ବ୍ରହ୍ମପୁର ଦେଇ ବିହାର ଚାଲାଣ କରିଥାନ୍ତେ ବୋଲି ଜଣାପଡିଛି। ଏନେଇ ଅବକାରୀ ଡେପୁଟି ସୁପେରିଟେଣ୍ଡେଣ୍ଟ କୁବେର ସେଠୀ ସୂଚନା ଦେଇଛନ୍ତି। ମଙ୍ଗଳବାର ଧର୍ମେନ୍ଦ୍ରଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସେ କହିଛନ୍ତି। ଜବତ ଗଞ୍ଜେଇ ଓ କାର୍‌ର ମୂଲ୍ୟ ୧୭ଲକ୍ଷ ଟଙ୍କା ହେବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ ଯେ, ମୋହନାରୁ ଗଞ୍ଜେଇ ବେଆଇନ ଭାବେ ବ୍ରହ୍ମପୁର ଦେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଡେପୁଟି ସୁପରିଟେଣ୍ଡେଣ୍ଟ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ସୋମବାର ଆସିକା କଲେଜ ଛକ ନିକଟରେ ଯାନବାହନ ଚେକିଂ କରୁଥିଲା। ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ କାର ନମ୍ବର ଡବ୍ଲ୍ୟୁବି ୦୬ଡ଼ି ୩୯୧୦ କୁ ଅଟକାଇ ଚେକିଂ କରାଯାଇଥିଲା। ଉକ୍ତ ଗାଡ଼ିରେ ଗଞ୍ଜେଇ ଥିବା ଜଣାପଡିଥିଲା। ଯାଞ୍ଚ ବେଳେ ସେଥିରେ ୭୦ କେଜି ଗଞ୍ଜେଇ ଜବତ ହୋଇଥିଲା। ଅବକାରୀ ଟିମ୍‌ ଗଞ୍ଜେଇ ଜବତ କରିବା ସହ ଚାଲାଣକାରୀ ଯୁବକଙ୍କୁ କାବୁ କରିଥିଲା। ଉକ୍ତ ଚଢ଼ାଉରେ ଅବକାରୀ ଗୁଇନ୍ଦା ଇନ୍ସପେକ୍ଟର ଗୀତାଞ୍ଜଳି ସାହୁ, କନେଷ୍ଟେବଲ ବସନ୍ତ ବାରିକ, ପ୍ରବୀର ସାମଲ, ବଳରାମ ସୱାଇଁ, କେଦାରନାଥ ନାୟକ, ବିଶ୍ୱନାଥ ପେଣ୍ଠି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri