କାର୍‌ ଭର୍ତ୍ତି ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। ଯାଞ୍ଚ ବେଳେ କାରରେ ୭୦ କେଜି ଗଞ୍ଜେଇ ରହିଥିବା ଜଣାପଡିଛି। ଗଞ୍ଜେଇ ଚାଲାଣକାରୀ ଯୁବକଙ୍କୁ ମାମଲା ନମ୍ବର ୧୦୨୬/୨୨-୨୩ ରେ ଗିରଫ କରାଯାଇଛି। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ବିହାର ପଟଣାର ଧର୍ମେନ୍ଦ୍ର ପ୍ରଧାନ (୩୨)। ଜେରା ବେଳେ ସେ ଉକ୍ତ ଗଞ୍ଜେଇ ଗଜପତିରୁ ଆଣି ବ୍ରହ୍ମପୁର ଦେଇ ବିହାର ଚାଲାଣ କରିଥାନ୍ତେ ବୋଲି ଜଣାପଡିଛି। ଏନେଇ ଅବକାରୀ ଡେପୁଟି ସୁପେରିଟେଣ୍ଡେଣ୍ଟ କୁବେର ସେଠୀ ସୂଚନା ଦେଇଛନ୍ତି। ମଙ୍ଗଳବାର ଧର୍ମେନ୍ଦ୍ରଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସେ କହିଛନ୍ତି। ଜବତ ଗଞ୍ଜେଇ ଓ କାର୍‌ର ମୂଲ୍ୟ ୧୭ଲକ୍ଷ ଟଙ୍କା ହେବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ ଯେ, ମୋହନାରୁ ଗଞ୍ଜେଇ ବେଆଇନ ଭାବେ ବ୍ରହ୍ମପୁର ଦେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଡେପୁଟି ସୁପରିଟେଣ୍ଡେଣ୍ଟ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ସୋମବାର ଆସିକା କଲେଜ ଛକ ନିକଟରେ ଯାନବାହନ ଚେକିଂ କରୁଥିଲା। ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ କାର ନମ୍ବର ଡବ୍ଲ୍ୟୁବି ୦୬ଡ଼ି ୩୯୧୦ କୁ ଅଟକାଇ ଚେକିଂ କରାଯାଇଥିଲା। ଉକ୍ତ ଗାଡ଼ିରେ ଗଞ୍ଜେଇ ଥିବା ଜଣାପଡିଥିଲା। ଯାଞ୍ଚ ବେଳେ ସେଥିରେ ୭୦ କେଜି ଗଞ୍ଜେଇ ଜବତ ହୋଇଥିଲା। ଅବକାରୀ ଟିମ୍‌ ଗଞ୍ଜେଇ ଜବତ କରିବା ସହ ଚାଲାଣକାରୀ ଯୁବକଙ୍କୁ କାବୁ କରିଥିଲା। ଉକ୍ତ ଚଢ଼ାଉରେ ଅବକାରୀ ଗୁଇନ୍ଦା ଇନ୍ସପେକ୍ଟର ଗୀତାଞ୍ଜଳି ସାହୁ, କନେଷ୍ଟେବଲ ବସନ୍ତ ବାରିକ, ପ୍ରବୀର ସାମଲ, ବଳରାମ ସୱାଇଁ, କେଦାରନାଥ ନାୟକ, ବିଶ୍ୱନାଥ ପେଣ୍ଠି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri