ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି।
ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି। କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ ବିରୋଧୀ ୪ଟି ଶ୍ରମ କୋଡ୍‌ ବାତିଲ ଓ ଅନ୍ୟାନ୍ୟ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ରୀୟ ଶ୍ରମିକ ସଂଗଠନ ସମୂହ ମିଳିତ ମଞ୍ଚ ଏବଂ ବାଲେଶ୍ୱର ଟିୟୁଏସିସି ପକ୍ଷରୁ ଟ୍ରେନ୍‌ ଅଟକାଇବା ସହ ସହରର ବିଭିନ୍ନ ସ୍ଥାନରେ ପିକେଟିଂ ଜାରି ରହିଛି। ଷ୍ଟେଶନ ଛକରେ ଆନ୍ଦୋଳନ ଓ ପ୍ରତିବାଦ ସମୟରେ ବାମପନ୍ଥୀ ନେତା ଗୌରାଙ୍ଗ ପାଣିଗ୍ରାହୀଙ୍କୁ କାର୍‌ ଧକ୍କା ଦେଇଥିଲା। ତାଙ୍କ ନାକ ଓ ମୁହଁରେ ଆଘାତ ଫଳରେ ସେ ଗୁରୁତର ହୋଇଛନ୍ତି। ପୋଲିସ ଭ୍ୟାନ ଯୋଗେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଜିଲାପାଳଙ୍କ ଅଫିସରେ କଂଗ୍ରେସ କର୍ମୀ ଧସେଇ ପଶିଥିବା ଦେଖିବାକୁ ମିଳିଛି। ଅଫିସ ବନ୍ଦ କରିବାପାଇଁ କର୍ମଚାରୀଙ୍କୁ କୁହାଯାଇଥିଲା। ଶେଷରେ କାର୍ଯ୍ୟ ବନ୍ଦ କରି କର୍ମଚାରୀମାନେ ଅଫିସ ଛାଡ଼ିବାକୁ ବାଧ୍ୟ ହୋଇଥିଲେ। ସେହିପରି ଏକ ମଲ୍‌ ଖୋଲା ଥିବାରୁ ସେଠାରେ ଆନ୍ଦୋଳନକାରୀମାନେ ପହଞ୍ଚି ପ୍ରତିବାଦ କରିଥିଲେ। ତୁରନ୍ତ ମଲ ବନ୍ଦ କରିବା ପାଇଁ କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇଥିଲେ। ପରେ ସେଠାରେ ଥିବା ଗ୍ରାହକ ପଳାଇଥିଲେ। କର୍ମଚାରୀମାନେ ମଲ୍‌ ବନ୍ଦ କରିବାକୁ ବାଧ୍ୟ ହୋଇଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ, ଚପଲ ଭାସିବା ପରେ….

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ବାଟେଣି ପୋଖରୀରେ ମୃତଦେହ ଭାସୁଥିବା ଦେଖାଯାଇଛି । ନିଖୋଜର ୪ଦିନ ପରେ ଗୁରୁବାର ମିଳିଲା ମୃତଦେହ । ମୃତକ…

ଲୋଇସିଂହା ବିଧାୟକ କପ ଫୁଟବଲ: ସରିଲା ଲିଗ ପର୍ଯ୍ୟାୟ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ) ସାସ୍ଥ୍ୟ ମନ୍ତ୍ରୀଙ୍କ ଉଦ୍ୟମ କ୍ରମେ ଲୋଇସିଂହା ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ନିର୍ବାଚନ ମଣ୍ଡଳୀ ଅଧୀନ ୩ ବ୍ଲକରେ ଚାଲିଥିବା ଲିଗ…

ଯାହା ଭୟ କରୁଥିଲା ପାକିସ୍ତାନ, ତାହା କରିଦେଲା ଭାରତ: ୧୧୪ ରାଫାଲ ଜେଟ୍‌କୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୨:ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇବାକୁ ଯାଉଛି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ ରାଫାଲ ଲଢ଼ୁଆ ବିମାନ ପାଇଁ ଭାରତ ଏବଂ ଫ୍ରାନ୍ସ…

ବିଦ୍ୟାଳୟକୁ ମଦ ପିଇ ଆସିଲେ ଛାତ୍ର, ନିଶାରେ ଚେତାଶୂନ୍ୟ ହୋଇ କଲେ……

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା…

ବଲାଙ୍ଗୀର ବନ୍ଦ ସଫଳ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର,୧୨ା୨(ସୁନିଲ କୁମାର ମହାନ୍ତି): ଏଆଇଟିୟୁସିର ପକ୍ଷରୁ ଭାରତ ବନ୍ଦ ପରିପ୍ରେକ୍ଷୀରେ ବଲାଙ୍ଗୀରରେ କୋଶଳ କଳା ମଣ୍ଡଳ ପଡ଼ିଆରୁ ଗୁରୁବାର ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରାଯିବା…

ଚମତ୍କାର ଅଭିନୟ ପରେ MBBS ଡିଗ୍ରୀ ହାସଲ କଲେ ଏହି ଅଭିନେତ୍ରୀ: ଚାରିଆଡ଼ୁ ପ୍ରଶଂସା

‘ପୁଷ୍ପା-୨’ର ଆଇଟମ ଗୀତଟି ବହୁତ ହିଟ ହୋଇଥିଲା। ଏଥିରେ ଅଭିନୟ କରିଥିବା ନାୟିକା ରାତାରାତି ନ୍ୟାଶନାଲ କ୍ରଶ୍‌ ପାଲଟିଯାଇଥିଲେ। ଏହି ସୁନ୍ଦରୀ ଆଉ କେହି ନୁହଁନ୍ତି, ସେ…

ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ…

ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ, ୩ ମାସ ମଧ୍ୟରେ…

କଟକ,୧୨।୨: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri