ବିଦ୍ୟୁତ୍‌ଖୁଣ୍ଟକୁ ଧକ୍କାଦେଲା କାର୍‌, ଚାଳକ ମୃତ

ଘସିପୁରା,୬ା୧(ନିରଞ୍ଜନ ସାହୁ): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ଭଗାନଇ ଛକ ନିକଟରେ ଶନିବାର ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ଚାଳକ ଘସିପୁରା ବ୍ଲକ ଖଡ଼ିକାଶୁଳବାହାଳିର ରାଜକିଶୋର ରାଉତ। ସେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କ ସହିତ କାର୍‌ ଯୋଗେ ଆନନ୍ଦପୁର ଅଭିମୁଖେ ଆସୁଥିବା ସମୟରେ ଭଗାନଇ ଛକ ନିକଟରେ ଭାରସାମ୍ୟ ହରାଇ ଏକ ବିଦ୍ୟୁତ୍‌ଖୁଣ୍ଟକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଗୁରୁତର ହୋଇଥିବା ରାଜକିଶୋର ଏବଂ ଅନ୍ୟ ଆହତ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଡାକ୍ତରଖାନାରେ ଡାକ୍ତର ରାଜକିଶୋରଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଯୁବକ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ରାମଚନ୍ଦ୍ରପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦର ବ୍ୟବସ୍ଥା ଗ୍ରହଣ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri