ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l କାର୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିବା ସହ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ କୁପାରୀ ଗ୍ରାମର ଦିଲ୍ଲୀପ ଭୂୟାଁ ଓ ଗୁରୁତର ଜଣକ ହେଲେ ସେହି ଗ୍ରାମର ସନ୍ତୋଷ ସାହୁ।

ରବିବାର ବିଳମ୍ବିତ ରାତିରେ ଏହି ୨ ଜଣ ଧୋବାଗଡ଼ିଆ ଛକ ନିକଟରେ ରାସ୍ତା କଡ଼ରେ ଓଡି 0୧ବିଏଫ ୩୧୭୮ ନମ୍ବର ବିଶିଷ୍ଟ ଏକ ସ୍କୁଟି ଉପରେ ବସି କଥା ହେଉଥିଲେ । ଏତିକି ବେଳେ ଖଇରାରୁ କୁପାରୀ ଅଭିମୁଖେ ଦ୍ରୁତଗତିରେ ଯାଉଥିବା ଓଡି ୦୧ଏଏନ ୮୪୬୪ ନମ୍ବର ବିଶିଷ୍ଟ କାରଟି ଭାରସାମ୍ୟ ହରାଇ ସ୍କୁଟି ସହ ୨ ଆରୋହୀଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାଟି ଏପରି ଥିଲା ଯେ କାର୍‌ଟି ସ୍କୁଟିକୁ ଧକ୍କା ଦେବା ପରେ ସ୍କୁଟିଟି ପାଖରେ ଥିବା ଏକ ଦୋକାନ ଘରକୁ ବାଡ଼େଇବା ପରେ ଦୋକାନ ଘରଟି ଭାଙ୍ଗିଯାଇଥିଲା। ଦୁର୍ଘଟଣା ପରେ କାର୍‌ ମାଲିକ ଲୋଚନ ରାଉତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଅନ୍ୟପଟେ ଦୁର୍ଘଟଣାସ୍ଥଳରେ ସନ୍ତୋଷଙ୍କ ମୃତ୍ୟୁ ଘଟିଥିବାବେଳେ ଦିଲୀପଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ନ୍ୟାୟ ଦାବିରେ ସ୍ଥାନୀୟ ଲୋକେ ଧୋବାଗଡ଼ିଆ ଛକରେ ସୋର-କୁପାରୀ ଏବଂ ରାଣୀତାଲ-କୁପାରୀ ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବ୍ୟକ୍ତିଙ୍କୁ ଗିରଫ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଉତ୍ତେଜନା ଥମିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri