ଛିଡ଼ା ହୋଇଥିବା ପାଉଁଶ ବୋଝେଇ ହାଇୱାକୁ ଧକ୍କା ଦେଲା କାର୍‌, ୩ ମୃତ

ସମ୍ବଲପୁର,୪।୧(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ NH-55 ନକ୍ସପାଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ ଏକ କାର୍‌ ପିଟି ହେବା ଫଳରେ ତିନି ଜଣଙ୍କର ମୃତ୍ୟୁ ଘଟିଛି।

ମିଳିଥିବା ଖବର ଅନୁସାରେ ଏକ ପାଉଁଶ ବେଝେଇ ହାଇୱା(ଓଡି-୧୫-ୟୁ-୯୧୦୪) ଧନୁପାଲି ଥାନା ଅନ୍ତର୍ଗତ ନକ୍ଲାପାଲି ନକଟରେ ଜାତୀୟ ରାଜପଥ(୫୫) କଡ଼ରେ ଛିଡ଼ା ହୋଇଥିଲା । ଅପରାହ୍ନ ପ୍ରାୟ ୪ଟା ସମୟରେ ସମ୍ବଲପୁର ପଟୁ ଦୃତ ଗତିରେ ଆସି ଏକ କାର(ଓଡି-୧୪-ୟୁ-୮୧୦୩) ଉକ୍ତ ହାଇୱାକୁ ପଛରୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ କାର ଚାଳକଙ୍କ ମୃତୁ୍ୟ ଘଟିଥିଲା ।

ସ୍ଥାନୀୟ ଲୋକେ କାରରେ ଥିବା ଅନ୍ୟ ଦୁଇଜଣଙ୍କୁ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର କରି ତୁରନ୍ତ ବୁର୍ଲା ଭିମ୍ସାରକୁ ନେଇଥିଲେ । ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳି ପାରି ନାହିଁ । ଅପରପକ୍ଷରେ ଚାଳକଙ୍କ ମୃତଦେହକୁ ଜବତ କରି ପୋଲିସ ବ୍ୟବଛେଦ ପାଇଁ ପଠାଇଛି ।

ପ୍ରତ୍ୟକ୍ଷ ଦର୍ଶୀଙ୍କ କହିବା ଅନୁସାରେ ଯାନ୍ତ୍ରୀକ ତୃଟି ଯୋଗୁଁ ଅଚଳ ହୋଇ ପଡ଼ିଥିବା ହାଇୱାଟି ରାସ୍ତାକଡ଼ରେ ଦୀର୍ଘ ସମୟ ହେଲା ଛିଡ଼ା ହୋଇଥିଲା । ତେବେ ସମ୍ବଲପୁର ପଟୁ ଆସୁଥିବା ଉକ୍ତ କାରଟି ସମ୍ଭବତଃ ଦୃତଗତି ଯୋଗୁଁ ନିୟନ୍ତ୍ରଣ ହରାଇ ହାଇୱା ପଛପଟେ ପିଟି ହୋଇଥିଲା । ଫଳରେ କାରଟି ସମ୍ପୂର୍ଣ୍ଣ ଚେପା ହୋଇ ଯାଇଥିଲା । ତେଣୁ ସେଥିରୁ ଆହତମାନଙ୍କୁ ଉଦ୍ଧାର କରିବା କଷ୍ଟକର ହୋଇ ପଡ଼ିଥିଲା ।

ଖବର ପାଇ ପୋଲିସ ଓ ଦମକଳ ବାହିନୀ ପହଞ୍ଚି କାରକୁ କାଟି ଚାଳିକଙ୍କ ଶବ ଓ କାରରେ ଫସି ରହିଥିବା ଆରୋହୀ ଦ୍ୱୟଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସା ପାଇଁ ଭିମ୍ସାରକୁ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri